ପ୍ରେରିତ 24

ଆଉ ଏମାନେ ମନ୍ଦିରରେ କି ସମାଜଗୃହରେ କି ନଗରରେ ମୋତେ କାହାରି ସହିତ ବିବାଦ କରିବାର କିମ୍ବା ଜନତାକୁ ମତାଇବାର ଦେଖି ନାହାନ୍ତି,

Acts 24:12 (UKJV) And they neither found me in the temple disputing with any man, neither raising up the people, neither in the synagogues, nor in the city:

10ସେଥିରେ ଶାସନକର୍ତ୍ତା କଥା କହିବା ନିମନ୍ତେ ପାଉଲଙ୍କୁ ସଙ୍କେତ କରନ୍ତେ ସେ ଉତ୍ତର ଦେଲେ, ଆପଣ ଅନେକ ବର୍ଷ ହେଲା ଏହି ଜାତିର ବିଚାରକର୍ତ୍ତା ଅଟନ୍ତି ବୋଲି ଜାଣିବାରୁ ମୁଁ ସାହସରେ ମୋହର ପକ୍ଷ ସମର୍ଥନ କରୁଅଛି।

11ବାର ଦିନରୁ ଅଧିକ ହେବ ନାହିଁ ମୁଁ ଉପାସନା କରିବା ନିମନ୍ତେ ଯିରୂଶାଲମ ସହରକୁ ଯାଇଥିଲି, ଏହା ଆପଣ ଜାଣି ପାରନ୍ତି

12ଆଉ ଏମାନେ ମନ୍ଦିରରେ କି ସମାଜଗୃହରେ କି ନଗରରେ ମୋତେ କାହାରି ସହିତ ବିବାଦ କରିବାର କିମ୍ବା ଜନତାକୁ ମତାଇବାର ଦେଖି ନାହାନ୍ତି,

13ପୁଣି, ଏବେ ଏମାନେ ମୋ ବିରୁଦ୍ଧରେ ଯେଉଁ ସମସ୍ତ ବିଷୟ ନେଇ ଅଭିଯୋଗ କରୁଅଛନ୍ତି, ସେହିସବୁ ଆପଣଙ୍କ ନିକଟରେ ପ୍ରମାଣ କରିପାରନ୍ତି ନାହିଁ।

14କିନ୍ତୁ ଏମାନେ ଯାହାକୁ ଗୋଟିଏ ବିଧର୍ମଦଳ ବୋଲି କହନ୍ତି, ମୁଁ ସେହି ମାର୍ଗ ଅନୁସାରେ ଆମ୍ଭମାନଙ୍କ ପିତୃ-ପୁରୁଷଙ୍କ ଈଶ୍ବରଙ୍କର ଉପାସନା କରିଥାଏ; ଯାହା ଯାହା ମୋଶାଙ୍କ ବ୍ୟବସ୍ଥା ଅନୁଯାୟୀ ଓ ଯାହା ଯାହା ଭାବବାଦୀମାନଙ୍କ ପୁସ୍ତକରେ ଲିଖିତ ଅଛି, ସେହିସବୁ ମୁଁ ବିଶ୍ୱାସ କରେ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.