15ପୁଣି, ଧାର୍ମିକ ଓ ଅଧାର୍ମିକ ଉଭୟଙ୍କର ପୁନରୁତ୍ଥାନ ହେବ ବୋଲି ଯାହା ଏମାନେ ନିଜେ ଅପେକ୍ଷା କରନ୍ତି, ମୁଁ ମଧ୍ୟ ଈଶ୍ବରଙ୍କଠାରେ ସେହି ପ୍ରକାର ଭରସା ରଖିଅଛି ବୋଲି ଆପଣଙ୍କ ନିକଟରେ ସ୍ୱୀକାର କରୁଅଛି।
16ଏହେତୁରୁ ମୁଁ ମଧ୍ୟ ନିଜେ ସର୍ବଦା ଈଶ୍ବରଙ୍କ ଓ ମନୁଷ୍ୟର ପ୍ରତି ନିର୍ଦ୍ଦୋଷ ବିବେକ ରକ୍ଷା କରିବାକୁ ଯତ୍ନ କରୁଥାଏ।
17ଅନେକ ବର୍ଷ ପରେ ମୁଁ ମୋହର ଜାତି ନିକଟକୁ ଦାନ କରିବା ନିମନ୍ତେ ଓ ନୈବେଦ୍ୟ ଉତ୍ସର୍ଗ କରିବା ନିମନ୍ତେ ଆସିଥିଲି।
18ସେହି ସମୟରେ ଏମାନେ ମୋତେ ମନ୍ଦିରରେ ଶୁଚି ହୋଇଥିବାର ଦେଖିଲେ; ମୁଁ କୌଣସି ଜନତା କିମ୍ବା ଗଣ୍ଡଗୋଳରେ ମିଶି ନ ଥିଲି, କିନ୍ତୁ ଏସିଆ ପ୍ରଦେଶର କେତେକ ଯିହୁଦୀ ଲୋକମାନେ ଥିଲେ;
19ଯଦି ସେମାନଙ୍କର ମୋ, ବିରୁଦ୍ଧରେ କୌଣସି କଥା ଥାଆନ୍ତା, ତାହାହେଲେ ଆପଣଙ୍କ ସମ୍ମୁଖରେ ଉପସ୍ଥିତ ହୋଇ ଅଭିଯୋଗ କରିବା ସେମାନଙ୍କର ଉଚିତ୍ ହୋଇଥାଆନ୍ତା।