ପ୍ରେରିତ 24

ନତୁବା ମୃତମାନଙ୍କ ପୁନରୁତ୍ଥାନ ସମ୍ବନ୍ଧରେ ମୁଁ ଆଜି ଆପଣମାନଙ୍କ ସମ୍ମୁଖରେ ବିଚାରିତ ହେଉଅଛି ବୋଲି ମୁଁ ସେମାନଙ୍କ ମଧ୍ୟରେ ଠିଆ ହୋଇ ଉଚ୍ଚସ୍ୱରରେ ଏହି ଯେଉଁ କଥା କହିଥିଲି,

Acts 24:20 (UKJV) Or else let these same here say, if they have found any evil doing in me, while I stood before the council,

18ସେହି ସମୟରେ ଏମାନେ ମୋତେ ମନ୍ଦିରରେ ଶୁଚି ହୋଇଥିବାର ଦେଖିଲେ; ମୁଁ କୌଣସି ଜନତା କିମ୍ବା ଗଣ୍ଡଗୋଳରେ ମିଶି ନ ଥିଲି, କିନ୍ତୁ ଏସିଆ ପ୍ରଦେଶର କେତେକ ଯିହୁଦୀ ଲୋକମାନେ ଥିଲେ;

19ଯଦି ସେମାନଙ୍କର ମୋ, ବିରୁଦ୍ଧରେ କୌଣସି କଥା ଥାଆନ୍ତା, ତାହାହେଲେ ଆପଣଙ୍କ ସମ୍ମୁଖରେ ଉପସ୍ଥିତ ହୋଇ ଅଭିଯୋଗ କରିବା ସେମାନଙ୍କର ଉଚିତ୍ ହୋଇଥାଆନ୍ତା।

20ନତୁବା ମୃତମାନଙ୍କ ପୁନରୁତ୍ଥାନ ସମ୍ବନ୍ଧରେ ମୁଁ ଆଜି ଆପଣମାନଙ୍କ ସମ୍ମୁଖରେ ବିଚାରିତ ହେଉଅଛି ବୋଲି ମୁଁ ସେମାନଙ୍କ ମଧ୍ୟରେ ଠିଆ ହୋଇ ଉଚ୍ଚସ୍ୱରରେ ଏହି ଯେଉଁ କଥା କହିଥିଲି,

21କେବଳ ସେହି ଗୋଟିଏ କଥା ଛଡ଼ା ମୁଁ ମହାସଭା ସମ୍ମୁଖରେ ଠିଆ ହେବା ସମୟରେ ଏମାନେ ମୋହର କି ଦୋଷ ପାଇଅଛନ୍ତି ତାହା ଏମାନେ ନିଜେ କହନ୍ତୁ।

22କିନ୍ତୁ ଫେଲୀକ୍ସ୍‌ ସେହି ମାର୍ଗ ବିଷୟରେ ଅଳ୍ପ ଜାଣିଥିବାରୁ ବିଚାର ସ୍ଥଗିତ ରଖି କହିଲେ ଯେ ସହସ୍ର-ସେନାପତି ଲୂସୀୟା ଆସିଲା ପରେ ଆମ୍ଭେ ତୁମ୍ଭମାନଙ୍କ ବିଷୟ ନିର୍ଣ୍ଣୟ କରିବା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.