20ନତୁବା ମୃତମାନଙ୍କ ପୁନରୁତ୍ଥାନ ସମ୍ବନ୍ଧରେ ମୁଁ ଆଜି ଆପଣମାନଙ୍କ ସମ୍ମୁଖରେ ବିଚାରିତ ହେଉଅଛି ବୋଲି ମୁଁ ସେମାନଙ୍କ ମଧ୍ୟରେ ଠିଆ ହୋଇ ଉଚ୍ଚସ୍ୱରରେ ଏହି ଯେଉଁ କଥା କହିଥିଲି,
21କେବଳ ସେହି ଗୋଟିଏ କଥା ଛଡ଼ା ମୁଁ ମହାସଭା ସମ୍ମୁଖରେ ଠିଆ ହେବା ସମୟରେ ଏମାନେ ମୋହର କି ଦୋଷ ପାଇଅଛନ୍ତି ତାହା ଏମାନେ ନିଜେ କହନ୍ତୁ।
22କିନ୍ତୁ ଫେଲୀକ୍ସ୍ ସେହି ମାର୍ଗ ବିଷୟରେ ଅଳ୍ପ ଜାଣିଥିବାରୁ ବିଚାର ସ୍ଥଗିତ ରଖି କହିଲେ ଯେ ସହସ୍ର-ସେନାପତି ଲୂସୀୟା ଆସିଲା ପରେ ଆମ୍ଭେ ତୁମ୍ଭମାନଙ୍କ ବିଷୟ ନିର୍ଣ୍ଣୟ କରିବା।
23ପୁଣି, ସେ ଶତ-ସେନାପତିଙ୍କୁ ତାଙ୍କର କୌଣସି ଆତ୍ମୀୟ ସ୍ୱଜନଙ୍କୁ ତାହାଙ୍କର ସେବା କରିବା ପାଇଁ ବାରଣ ନ କରିବାକୁ, ପୁଣି, ତାହାଙ୍କୁ ବନ୍ଦୀ ରୂପେ ରକ୍ଷା କରି ତାହାଙ୍କ ପ୍ରତି କୋମଳ ବ୍ୟବହାର କରିବାକୁ ଆଦେଶ ଦେଲେ।
24କେତେକ ଦିନ ପରେ ଫେଲୀକ୍ସ୍ ଦ୍ରୂସିଲ୍ଲା ନାମ୍ନୀ ଆପଣା ଯିହୁଦୀୟା ଭାର୍ଯ୍ୟାଙ୍କ ସହିତ ଆସି ପାଉଲଙ୍କୁ ଡକାଇ ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସ ବିଷୟ ତାଙ୍କଠାରୁ ଶୁଣିଲେ।