ପ୍ରେରିତ 24

ଆହୁରି ମଧ୍ୟ ପାଉଲ ତାହାଙ୍କୁ ଲାଞ୍ଚ ଦେବେ ବୋଲି ସେ ଆଶା କରୁଥିଲେ, ସେଥିପାଇଁ ଥରକୁ ଥର ତାହାଙ୍କୁ ଡକାଇ ତାହାଙ୍କ ସହିତ କଥାବାର୍ତ୍ତା କରୁଥିଲେ।

Acts 24:26 (UKJV) He hoped also that money should have been given him of Paul, that he might loose him: wherefore he sent for him the oftener, and communed with him.

24କେତେକ ଦିନ ପରେ ଫେଲୀକ୍ସ୍‌ ଦ୍ରୂସିଲ୍ଲା ନାମ୍ନୀ ଆପଣା ଯିହୁଦୀୟା ଭାର୍ଯ୍ୟାଙ୍କ ସହିତ ଆସି ପାଉଲଙ୍କୁ ଡକାଇ ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସ ବିଷୟ ତାଙ୍କଠାରୁ ଶୁଣିଲେ।

25କିନ୍ତୁ ସେ ଧାର୍ମିକତା, ଆତ୍ମସଂଯମ ଓ ଆଗାମୀ ବିଚାର ବିଷୟରେ କଥା କହିବା ସମୟରେ ଫେଲୀକ୍ସ୍‌ ଭୟର ସହିତ ଉତ୍ତର ଦେଲେ, ବର୍ତ୍ତମାନ ତୁମ୍ଭେ ଯାଅ, ସୁବିଧା ସମୟ ପାଇଲେ ଆମ୍ଭେ ତୁମ୍ଭକୁ ଡକାଇବା।

26ଆହୁରି ମଧ୍ୟ ପାଉଲ ତାହାଙ୍କୁ ଲାଞ୍ଚ ଦେବେ ବୋଲି ସେ ଆଶା କରୁଥିଲେ, ସେଥିପାଇଁ ଥରକୁ ଥର ତାହାଙ୍କୁ ଡକାଇ ତାହାଙ୍କ ସହିତ କଥାବାର୍ତ୍ତା କରୁଥିଲେ।

27କିନ୍ତୁ ଦୁଇ ବର୍ଷ ପୂର୍ଣ୍ଣ ହେଲା ଉତ୍ତାରେ ପର୍କୀୟ ଫେଷ୍ଟସ୍ ଫେଲୀକ୍ସ୍‌ଙ୍କ ପଦରେ ନିଯୁକ୍ତ ହେଲେ, ଆଉ ଫେଲୀକ୍ସ୍ ଯିହୁଦୀମାନଙ୍କ ପ୍ରିୟପାତ୍ର ହେବାକୁ ଇଚ୍ଛା କରି ପାଉଲଙ୍କୁ ବନ୍ଦୀ ଅବସ୍ଥାରେ ରଖି ଚାଲିଗଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.