ପ୍ରେରିତ 24

ଏହା ଆମ୍ଭେମାନେ ସର୍ବତୋଭାବରେ ଓ ସର୍ବସ୍ଥାନରେ ସମ୍ପୂର୍ଣ୍ଣ କୃତଜ୍ଞତା ସହିତ ସ୍ୱୀକାର କରୁଅଛୁ।

Acts 24:3 (UKJV) We accept it always, and in all places, most noble Felix, with all thankfulness.

1ପାଞ୍ଚ ଦିନ ପରେ ହାନାନ ମହାଯାଜକ କେତେକ ପ୍ରାଚୀନ ଓ ତର୍ତ୍ତୁଲ୍ଲ ନାମକ ଜଣେ ଓକିଲଙ୍କ ସାଙ୍ଗରେ ଆସିଲେ, ଆଉ ସେମାନେ ପାଉଲଙ୍କ ବିରୁଦ୍ଧରେ ଶାସନକର୍ତ୍ତାଙ୍କ ନିକଟରେ ଆବେଦନ କଲେ।

2ତାହାଙ୍କୁ ଡକାଯାଆନ୍ତେ ତର୍ତ୍ତୁଲ୍ଲ ତାହାଙ୍କୁ ଅଭିଯୋଗ କରି କହିବାକୁ ଲାଗିଲେ, ହେ ମହାମହିମ ଫେଲୀକ୍ସ୍, ଆପଣଙ୍କ ଦ୍ୱାରା ଆମ୍ଭେମାନେ ଯେ ମହା ଶାନ୍ତି ଭୋଗ କରୁଅଛୁ, ପୁଣି, ଆପଣଙ୍କର ଦୂରଦର୍ଶିତାରେ ଏହି ଜାତି ନିମନ୍ତେ ନାନା ମଙ୍ଗଳ ସାଧିତ ହୋଇଅଛି,

3ଏହା ଆମ୍ଭେମାନେ ସର୍ବତୋଭାବରେ ଓ ସର୍ବସ୍ଥାନରେ ସମ୍ପୂର୍ଣ୍ଣ କୃତଜ୍ଞତା ସହିତ ସ୍ୱୀକାର କରୁଅଛୁ।

4କିନ୍ତୁ ମୁଁ ଯେପରି ଆପଣଙ୍କର ଅଧିକ କ୍ଳାନ୍ତ ନ ଜନ୍ମାଏ, ଏଥିପାଇଁ ଆପଣ ନିଜ ଦୟା ଗୁଣରେ ଆମ୍ଭମାନଙ୍କ କେତୋଟି କଥା ଶୁଣିବା ପାଇଁ ମୁଁ ଆପଣଙ୍କୁ ନିବେଦନ କରୁଅଛି।

5କାରଣ ଆମ୍ଭେମାନେ ଏହି ଲୋକକୁ ମହାମାରୀ ସ୍ୱରୂପ, ଜଗତର ସର୍ବତ୍ର ସମସ୍ତ ଯିହୁଦୀମାନଙ୍କ ମଧ୍ୟରେ ବିଦ୍ରୋହର ପରିଚାଳକ ଓ ନାଜରିତୀୟ ଦଳର ଜଣେ ପ୍ରଧାନ ନେତା ବୋଲି ଜାଣିଅଛୁ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.