5କାରଣ ଆମ୍ଭେମାନେ ଏହି ଲୋକକୁ ମହାମାରୀ ସ୍ୱରୂପ, ଜଗତର ସର୍ବତ୍ର ସମସ୍ତ ଯିହୁଦୀମାନଙ୍କ ମଧ୍ୟରେ ବିଦ୍ରୋହର ପରିଚାଳକ ଓ ନାଜରିତୀୟ ଦଳର ଜଣେ ପ୍ରଧାନ ନେତା ବୋଲି ଜାଣିଅଛୁ;
6ଆହୁରି ମଧ୍ୟ ଏ ମନ୍ଦିର ଅଶୁଚି କରିବାକୁ ଚେଷ୍ଟା କରିଥିଲା, କିନ୍ତୁ ଆମ୍ଭେମାନେ ଏହାକୁ ଧରିଲୁ ଆଉ ଆପଣମାନଙ୍କ ବ୍ୟବସ୍ଥା ଅନୁସାରେ ଏହାର ବିଚାର କରିବାକୁ ଇଚ୍ଛା କରିଥିଲୁ।
7କିନ୍ତୁ ସହସ୍ର-ସେନାପତି ଲୂସୀୟା ଆସି ଅତିଶୟ ଜୋର୍ରେ ଏହାକୁ ଆମ୍ଭମାନଙ୍କ ହାତରୁ ଛଡ଼ାଇନେଲେ,
8ଆଉ ଏହାର ଅଭିଯୋଗକାରୀମାନଙ୍କୁ ଆପଣଙ୍କ ସମ୍ମୁଖରେ ଉପସ୍ଥିତ ହେବା ପାଇଁ ଆଦେଶ ଦେଲେ। ଏହି ଯେ ସମସ୍ତ ବିଷୟରେ ଆମ୍ଭେମାନେ ଏହା ବିରୁଦ୍ଧରେ ଅଭିଯୋଗ କରୁଅଛୁ, ଆପଣ ନିଜେ ଏହାକୁ ପଚାରିଲେ ସେହିସବୁ ଅବଗତ ହୋଇପାରିବେ।
9ଅନ୍ୟ ଯିହୁଦୀମାନେ ମଧ୍ୟ ଅଭିଯୋଗରେ ମିଶି ଏହି ସମସ୍ତ କଥା ସତ୍ୟ ବୋଲି କହିଲେ।