1ସେଥିରେ ଫେଷ୍ଟସ୍ ଅଧିପତି ପଦ ଗ୍ରହଣ କରି ତିନି ଦିନ ଉତ୍ତାରେ କାଇସରିୟାରୁ ଯିରୂଶାଲମ ସହରକୁ ଗଲେ,
2ପୁଣି, ପ୍ରଧାନ ଯାଜକମାନେ ଓ ଯିହୁଦୀମାନଙ୍କର ମୁଖ୍ୟ ବ୍ୟକ୍ତିମାନେ ପାଉଲଙ୍କ ବିରୁଦ୍ଧରେ ତାହାଙ୍କ ନିକଟରେ ଆବେଦନ କଲେ।
3ଆଉ ସେ ଯେପରି ତାହାଙ୍କୁ ଯିରୂଶାଲମ ସହରକୁ ଡକାଇ ପଠାନ୍ତି ଏଥିନିମନ୍ତେ ବିନତିପୂର୍ବକ ତାହାଙ୍କ ବିରୁଦ୍ଧରେ ଏହି ଅନୁଗ୍ରହ ପ୍ରାର୍ଥନା କଲେ; ପୁଣି, ସେମାନେ ତାହାଙ୍କୁ ବାଟରେ ବଧ କରିବା ପାଇଁ ଛକି ବସିଲେ।