ପ୍ରେରିତ 25

ସେଥିରେ ଫେଷ୍ଟସ୍ ମନ୍ତ୍ରୀମଣ୍ଡଳ ସହିତ ପରାମର୍ଶ କରି ଉତ୍ତର ଦେଲେ, ତୁମ୍ଭେ କାଇସରଙ୍କ ଛାମୁରେ ବିଚାରିତ ହେବା ନିମନ୍ତେ ପ୍ରାର୍ଥନା କରିଅଛ, ତୁମ୍ଭେ କାଇସରଙ୍କ ନିକଟକୁ ଯିବ।

Acts 25:12 (UKJV) Then Festus, when he had conferred with the council, answered, Have you appealed unto Caesar? unto Caesar shall you go.

10ମାତ୍ର ପାଉଲ କହିଲେ, ମୁଁ କାଇସରଙ୍କ ବିଚାରାସନ ସମ୍ମୁଖରେ ଠିଆ ହୋଇଅଛି, ସେ ସ୍ଥାନରେ ମୋହର ବିଚାର ହେବା ଉଚିତ। ମୁଁ ଯିହୁଦୀମାନଙ୍କ ପ୍ରତି କୌଣସି ଅନ୍ୟାୟ କରି ନାହିଁ, ଆପଣ ମଧ୍ୟ ତାହା ଅତି ଉତ୍ତମ ରୂପେ ଜାଣନ୍ତି।

11ତେବେ, ଯଦି ମୁଁ ଅନ୍ୟାୟକାରୀ ହୋଇଥାଏ ଓ ମୃତ୍ୟୁ ଯୋଗ୍ୟ କୌଣସି କର୍ମ କରିଥାଏ, ତାହାହେଲେ ମୁଁ ମୃତ୍ୟୁଭୋଗ କରିବାକୁ ମନା କରୁ ନାହିଁ; କିନ୍ତୁ ଏମାନେ ମୋ, ବିରୁଦ୍ଧରେ ଯାହାସବୁ ଅଭିଯୋଗ କରୁଅଛନ୍ତି, ସେହିସବୁ ମଧ୍ୟରେ ଯଦି ପଦେ ସତ୍ୟ ନାହିଁ, ତାହାହେଲେ କୌଣସି ବ୍ୟକ୍ତି ସେମାନଙ୍କ ହସ୍ତରେ ମୋତେ ସମର୍ପଣ କରିପାରିବେ ନାହିଁ। ମୁଁ କାଇସରଙ୍କ ଛାମୁରେ ବିଚାରିତ ହେବା ନିମନ୍ତେ ପ୍ରାର୍ଥନା କରୁଅଛି।

12ସେଥିରେ ଫେଷ୍ଟସ୍ ମନ୍ତ୍ରୀମଣ୍ଡଳ ସହିତ ପରାମର୍ଶ କରି ଉତ୍ତର ଦେଲେ, ତୁମ୍ଭେ କାଇସରଙ୍କ ଛାମୁରେ ବିଚାରିତ ହେବା ନିମନ୍ତେ ପ୍ରାର୍ଥନା କରିଅଛ, ତୁମ୍ଭେ କାଇସରଙ୍କ ନିକଟକୁ ଯିବ।

13କେତେକ ଦିନ ଗତ ହେଲା ପରେ ରାଜା ଆଗ୍ରିପ୍ପା ଓ ବର୍ଣ୍ଣୀକୀ କାଇସରିୟାକୁ ଆସି ଫେଷ୍ଟସ୍‌ଙ୍କୁ ସାକ୍ଷାତ କଲେ।

14ସେମାନେ ଅନେକ ଦିନ ସେ ସ୍ଥାନରେ ରୁହନ୍ତେ, ରାଜାଙ୍କ ଆଗରେ ଫେଷ୍ଟସ୍ ପାଉଲଙ୍କ କଥା ଜଣାଇ କହିଲେ, ଫେଲୀକ୍ସ୍‌ ଜଣେ ଲୋକଙ୍କୁ ବନ୍ଦୀ କରି ରଖିଯାଇଅଛନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.