12ସେଥିରେ ଫେଷ୍ଟସ୍ ମନ୍ତ୍ରୀମଣ୍ଡଳ ସହିତ ପରାମର୍ଶ କରି ଉତ୍ତର ଦେଲେ, ତୁମ୍ଭେ କାଇସରଙ୍କ ଛାମୁରେ ବିଚାରିତ ହେବା ନିମନ୍ତେ ପ୍ରାର୍ଥନା କରିଅଛ, ତୁମ୍ଭେ କାଇସରଙ୍କ ନିକଟକୁ ଯିବ।
13କେତେକ ଦିନ ଗତ ହେଲା ପରେ ରାଜା ଆଗ୍ରିପ୍ପା ଓ ବର୍ଣ୍ଣୀକୀ କାଇସରିୟାକୁ ଆସି ଫେଷ୍ଟସ୍ଙ୍କୁ ସାକ୍ଷାତ କଲେ।
14ସେମାନେ ଅନେକ ଦିନ ସେ ସ୍ଥାନରେ ରୁହନ୍ତେ, ରାଜାଙ୍କ ଆଗରେ ଫେଷ୍ଟସ୍ ପାଉଲଙ୍କ କଥା ଜଣାଇ କହିଲେ, ଫେଲୀକ୍ସ୍ ଜଣେ ଲୋକଙ୍କୁ ବନ୍ଦୀ କରି ରଖିଯାଇଅଛନ୍ତି।
15ମୁଁ ଯିରୂଶାଲମ ସହରରେ ଥିବା ସମୟରେ ଯିହୁଦୀମାନଙ୍କର ପ୍ରଧାନ ଯାଜକବର୍ଗ ଓ ପ୍ରାଚୀନମାନେ ତାହା ବିଷୟରେ ମୋ, ନିକଟରେ ଆବେଦନ କରି ତାହା ବିରୁଦ୍ଧରେ ଦଣ୍ଡାଜ୍ଞା ବିନତି କଲେ।
16ମୁଁ ସେମାନଙ୍କୁ ଉତ୍ତର ଦେଲି, ଅଭିଯୁକ୍ତକାରୀ ଓ ଅଭିଯୁକ୍ତ ମୁଖାମୁଖୀ ନ ହେବା ପର୍ଯ୍ୟନ୍ତ ପୁଣି, ଅଭିଯୁକ୍ତ ତାହା ବିରୁଦ୍ଧରେ କରାଯାଇଥିବା ଅଭିଯୋଗ ସମ୍ବନ୍ଧରେ ଆତ୍ମପକ୍ଷ ସମର୍ଥନ କରିବାର ସୁଯୋଗ ନ ପାଇବା ପର୍ଯ୍ୟନ୍ତ ତାହାକୁ ସମର୍ପଣ କରିବା ରୋମୀୟମାନଙ୍କର ବିଧି ନୁହେଁ।