14ସେମାନେ ଅନେକ ଦିନ ସେ ସ୍ଥାନରେ ରୁହନ୍ତେ, ରାଜାଙ୍କ ଆଗରେ ଫେଷ୍ଟସ୍ ପାଉଲଙ୍କ କଥା ଜଣାଇ କହିଲେ, ଫେଲୀକ୍ସ୍ ଜଣେ ଲୋକଙ୍କୁ ବନ୍ଦୀ କରି ରଖିଯାଇଅଛନ୍ତି।
15ମୁଁ ଯିରୂଶାଲମ ସହରରେ ଥିବା ସମୟରେ ଯିହୁଦୀମାନଙ୍କର ପ୍ରଧାନ ଯାଜକବର୍ଗ ଓ ପ୍ରାଚୀନମାନେ ତାହା ବିଷୟରେ ମୋ, ନିକଟରେ ଆବେଦନ କରି ତାହା ବିରୁଦ୍ଧରେ ଦଣ୍ଡାଜ୍ଞା ବିନତି କଲେ।
16ମୁଁ ସେମାନଙ୍କୁ ଉତ୍ତର ଦେଲି, ଅଭିଯୁକ୍ତକାରୀ ଓ ଅଭିଯୁକ୍ତ ମୁଖାମୁଖୀ ନ ହେବା ପର୍ଯ୍ୟନ୍ତ ପୁଣି, ଅଭିଯୁକ୍ତ ତାହା ବିରୁଦ୍ଧରେ କରାଯାଇଥିବା ଅଭିଯୋଗ ସମ୍ବନ୍ଧରେ ଆତ୍ମପକ୍ଷ ସମର୍ଥନ କରିବାର ସୁଯୋଗ ନ ପାଇବା ପର୍ଯ୍ୟନ୍ତ ତାହାକୁ ସମର୍ପଣ କରିବା ରୋମୀୟମାନଙ୍କର ବିଧି ନୁହେଁ।
17ଏଣୁ ସେମାନେ ମୋ ସାଙ୍ଗରେ ଏ ସ୍ଥାନକୁ ଆସନ୍ତେ ମୁଁ ବିଳମ୍ବ ନ କରି ପରଦିନ ବିଚାରାସନରେ ବସି ସେହି ଲୋକକୁ ଆଣିବା ନିମନ୍ତେ ଆଜ୍ଞା ଦେଲି।
18ଅଭିଯୋଗକାରୀମାନେ ଠିଆ ହୋଇ, ମୁଁ ଯେପ୍ରକାର ଦୋଷର କଥା ଅପେକ୍ଷା କରୁଥିଲି, ସେପରି କୌଣସି ଅଭିଯୋଗ ତାହା ସମ୍ବନ୍ଧରେ ଆଣିଲେ ନାହିଁ,