19କିନ୍ତୁ ସେମାନଙ୍କ ସ୍ୱଧର୍ମ ପୁଣି, ଯୀଶୁ ନାମକ ଜଣେ ମୃତ ବ୍ୟକ୍ତି, ଯାହାକୁ ପାଉଲ ସଜୀବ ବୋଲି କହୁଥିଲା, ସେହିସବୁ ବିଷୟରେ ତାହା ବିରୁଦ୍ଧରେ ସେମାନଙ୍କର କେତେକ ବିବାଦ ଥିଲା।
20ଏହି ସମସ୍ତ ବିଷୟ କିପ୍ରକାରେ ଅନୁସନ୍ଧାନ କରିବି ବୋଲି ମୁଁ ହତବୁଦ୍ଧି ହୋଇ, ସେ ଯିରୂଶାଲମ ସହରକୁ ଯାଇ ସେଠାରେ ଏସମସ୍ତ ବିଷୟରେ ବିଚାରିତ ହେବା ପାଇଁ ଇଚ୍ଛା କରେ କି ନାହିଁ, ଏହା ପଚାରିଲି।
21କିନ୍ତୁ ପାଉଲ ସମ୍ରାଟଙ୍କ ବିଚାର ନିମନ୍ତେ ରଖା ହେବା ପାଇଁ ନିବେଦନ କରନ୍ତେ, ମୁଁ ତାହାଙ୍କୁ କାଇସରଙ୍କ ନିକଟକୁ ନ ପଠାଇବା ପର୍ଯ୍ୟନ୍ତ ବନ୍ଦୀ କରି ରଖିବାକୁ ଆଦେଶ ଦେଲି।
22ସେଥିରେ ଆଗ୍ରିପ୍ପା ଫେଷ୍ଟସ୍ଙ୍କୁ କହିଲେ ଆମ୍ଭେ ମଧ୍ୟ ସ୍ୱୟଂ ସେହି ଲୋକର କଥା ଶୁଣିବାକୁ ଇଚ୍ଛା କରୁଅଛୁ। ସେ କହିଲେ, କାଲି ଆପଣ ତାହାଙ୍କ କଥା ଶୁଣିବେ।
23ଅତଏବ, ପରଦିନ ଆଗ୍ରିପ୍ପା ଓ ବର୍ଣ୍ଣୀକୀ ମହା ସମାରୋହରେ ଆସି ପ୍ରଧାନ ପ୍ରଧାନ ସେନାପତି ଓ ନଗରର ମୁଖ୍ୟ ମୁଖ୍ୟ ବ୍ୟକ୍ତିଙ୍କ ସହିତ ବିଚାରାଳୟରେ ପ୍ରବେଶ ହୁଅନ୍ତେ ଫେଷ୍ଟସ୍ଙ୍କ ଆଦେଶ ଅନୁସାରେ ପାଉଲ ଅଣାଗଲେ।