ପ୍ରେରିତ 25

ସେଥିରେ ଫେଷ୍ଟସ୍ କହିଲେ, ହେ ରାଜନ ଆଗ୍ରିପ୍ପା ଓ ଆମ୍ଭମାନଙ୍କ ସହିତ ଏହି ସ୍ଥାନରେ ଉପସ୍ଥିତ ମହାଶୟ ବୃନ୍ଦ, ଆପଣମାନେ ଏହି ଲୋକକୁ ଦେଖିଅଛନ୍ତି; ଏହା ବିରୁଦ୍ଧରେ ଓ ଯିରୂଶାଲମ ସହରରେ ଏହି ସ୍ଥାନରେ ମଧ୍ୟ ଯିହୁଦୀ ଲୋକସମୂହ ଆମ୍ଭ ନିକଟରେ ଆବେଦନ କରି ତାହାର ଆଉ ବଞ୍ଚି ରହିବାର ଉଚିତ୍ ନୁହେଁ ବୋଲି ଚିତ୍କାର କଲେ।

Acts 25:24 (UKJV) And Festus said, King Agrippa, and all men which are here present with us, all of you see this man, about whom all the multitude of the Jews have dealt with me, both at Jerusalem, and also here, crying that he ought not to live any longer.

22ସେଥିରେ ଆଗ୍ରିପ୍ପା ଫେଷ୍ଟସ୍‌ଙ୍କୁ କହିଲେ ଆମ୍ଭେ ମଧ୍ୟ ସ୍ୱୟଂ ସେହି ଲୋକର କଥା ଶୁଣିବାକୁ ଇଚ୍ଛା କରୁଅଛୁ। ସେ କହିଲେ, କାଲି ଆପଣ ତାହାଙ୍କ କଥା ଶୁଣିବେ।

23ଅତଏବ, ପରଦିନ ଆଗ୍ରିପ୍ପା ଓ ବର୍ଣ୍ଣୀକୀ ମହା ସମାରୋହରେ ଆସି ପ୍ରଧାନ ପ୍ରଧାନ ସେନାପତି ଓ ନଗରର ମୁଖ୍ୟ ମୁଖ୍ୟ ବ୍ୟକ୍ତିଙ୍କ ସହିତ ବିଚାରାଳୟରେ ପ୍ରବେଶ ହୁଅନ୍ତେ ଫେଷ୍ଟସ୍‌ଙ୍କ ଆଦେଶ ଅନୁସାରେ ପାଉଲ ଅଣାଗଲେ।

24ସେଥିରେ ଫେଷ୍ଟସ୍ କହିଲେ, ହେ ରାଜନ ଆଗ୍ରିପ୍ପା ଓ ଆମ୍ଭମାନଙ୍କ ସହିତ ଏହି ସ୍ଥାନରେ ଉପସ୍ଥିତ ମହାଶୟ ବୃନ୍ଦ, ଆପଣମାନେ ଏହି ଲୋକକୁ ଦେଖିଅଛନ୍ତି; ଏହା ବିରୁଦ୍ଧରେ ଓ ଯିରୂଶାଲମ ସହରରେ ଏହି ସ୍ଥାନରେ ମଧ୍ୟ ଯିହୁଦୀ ଲୋକସମୂହ ଆମ୍ଭ ନିକଟରେ ଆବେଦନ କରି ତାହାର ଆଉ ବଞ୍ଚି ରହିବାର ଉଚିତ୍ ନୁହେଁ ବୋଲି ଚିତ୍କାର କଲେ।

25କିନ୍ତୁ ସେ ମୃତ୍ୟୁ ଯୋଗ୍ୟ କୌଣସି କର୍ମ କରି ନାହିଁ ବୋଲି ମୁଁ ବୁଝିଲି, ଆଉ ସେ ନିଜେ ସମ୍ରାଟଙ୍କ ଛାମୁରେ ବିଚାରିତ ହେବା ନିମନ୍ତେ ପ୍ରାର୍ଥନା କରିବାରୁ ମୁଁ ତାହାଙ୍କୁ ପଠାଇବା ନିମନ୍ତେ ସ୍ଥିର କଲି।

26ମୋହର ପ୍ରଭୁଙ୍କ ଛାମୁକୁ ତାହାର ବିଷୟରେ ଲେଖିବା ନିମନ୍ତେ ମୋହର କୌଣସି ନିଶ୍ଚିତ ବିଷୟ ନାହିଁ। ଏଣୁ ବିଚାର କରି ଯେପରି ମୁଁ ଲେଖିବା ନିମନ୍ତେ କିଛି ପାଇ ପାରେ, ସେଥିପାଇଁ ତାହାଙ୍କୁ ଆପଣମାନଙ୍କ, ବିଶେଷତଃ ହେ ରାଜନ ଆଗ୍ରିପ୍ପା ଆପଣଙ୍କ ସମ୍ମୁଖକୁ ଆଣିଅଛି;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.