24ସେଥିରେ ଫେଷ୍ଟସ୍ କହିଲେ, ହେ ରାଜନ ଆଗ୍ରିପ୍ପା ଓ ଆମ୍ଭମାନଙ୍କ ସହିତ ଏହି ସ୍ଥାନରେ ଉପସ୍ଥିତ ମହାଶୟ ବୃନ୍ଦ, ଆପଣମାନେ ଏହି ଲୋକକୁ ଦେଖିଅଛନ୍ତି; ଏହା ବିରୁଦ୍ଧରେ ଓ ଯିରୂଶାଲମ ସହରରେ ଏହି ସ୍ଥାନରେ ମଧ୍ୟ ଯିହୁଦୀ ଲୋକସମୂହ ଆମ୍ଭ ନିକଟରେ ଆବେଦନ କରି ତାହାର ଆଉ ବଞ୍ଚି ରହିବାର ଉଚିତ୍ ନୁହେଁ ବୋଲି ଚିତ୍କାର କଲେ।
25କିନ୍ତୁ ସେ ମୃତ୍ୟୁ ଯୋଗ୍ୟ କୌଣସି କର୍ମ କରି ନାହିଁ ବୋଲି ମୁଁ ବୁଝିଲି, ଆଉ ସେ ନିଜେ ସମ୍ରାଟଙ୍କ ଛାମୁରେ ବିଚାରିତ ହେବା ନିମନ୍ତେ ପ୍ରାର୍ଥନା କରିବାରୁ ମୁଁ ତାହାଙ୍କୁ ପଠାଇବା ନିମନ୍ତେ ସ୍ଥିର କଲି।
26ମୋହର ପ୍ରଭୁଙ୍କ ଛାମୁକୁ ତାହାର ବିଷୟରେ ଲେଖିବା ନିମନ୍ତେ ମୋହର କୌଣସି ନିଶ୍ଚିତ ବିଷୟ ନାହିଁ। ଏଣୁ ବିଚାର କରି ଯେପରି ମୁଁ ଲେଖିବା ନିମନ୍ତେ କିଛି ପାଇ ପାରେ, ସେଥିପାଇଁ ତାହାଙ୍କୁ ଆପଣମାନଙ୍କ, ବିଶେଷତଃ ହେ ରାଜନ ଆଗ୍ରିପ୍ପା ଆପଣଙ୍କ ସମ୍ମୁଖକୁ ଆଣିଅଛି;
27କାରଣ ବନ୍ଦୀକୁ ପଠାଇବା ସମୟରେ ତାʼ ବିରୁଦ୍ଧରେ ଅଭିଯୋଗଗୁଡ଼ିକ ନିର୍ଦ୍ଦେଶ ନ କରିବା ମୋତେ ଅସଙ୍ଗତ ବୋଧ ହେଉଅଛି।