2ପୁଣି, ପ୍ରଧାନ ଯାଜକମାନେ ଓ ଯିହୁଦୀମାନଙ୍କର ମୁଖ୍ୟ ବ୍ୟକ୍ତିମାନେ ପାଉଲଙ୍କ ବିରୁଦ୍ଧରେ ତାହାଙ୍କ ନିକଟରେ ଆବେଦନ କଲେ।
3ଆଉ ସେ ଯେପରି ତାହାଙ୍କୁ ଯିରୂଶାଲମ ସହରକୁ ଡକାଇ ପଠାନ୍ତି ଏଥିନିମନ୍ତେ ବିନତିପୂର୍ବକ ତାହାଙ୍କ ବିରୁଦ୍ଧରେ ଏହି ଅନୁଗ୍ରହ ପ୍ରାର୍ଥନା କଲେ; ପୁଣି, ସେମାନେ ତାହାଙ୍କୁ ବାଟରେ ବଧ କରିବା ପାଇଁ ଛକି ବସିଲେ।
4ସେଥିରେ ଫେଷ୍ଟସ୍ ଉତ୍ତର ଦେଲେ, ପାଉଲ କାଇସରିୟାରେ ବନ୍ଦୀ ହୋଇ ରହିଅଛି, ଆଉ ଆମ୍ଭେ ନିଜେ ଶୀଘ୍ର ସେଠାକୁ ଯାଉଅଛୁ।
5ଅତଏବ, ତୁମ୍ଭମାନଙ୍କ ମଧ୍ୟରେ ଯେଉଁମାନେ କ୍ଷମତାପନ୍ନ, ସେମାନେ ଆମ୍ଭ ସାଙ୍ଗରେ ଯାଇ, ସେହି ଲୋକର ଯଦି କୌଣସି ଦୋଷ ଥାଏ, ତେବେ ତାହାର ବିରୁଦ୍ଧରେ ଅଭିଯୋଗ କରନ୍ତୁ।
6ପରେ ସେ ସେମାନଙ୍କ ମଧ୍ୟରେ ଆଠ ବା ଦଶ ଦିନରୁ ଅଧିକ ନ ରହି କାଇସରିୟାକୁ ବାହୁଡ଼ି ଗଲେ, ଆଉ ପରଦିନ ବିଚାରାସନରେ ବସି ପାଉଲଙ୍କୁ ଆଣିବା ନିମନ୍ତେ ଆଦେଶ ଦେଲେ।