6ପରେ ସେ ସେମାନଙ୍କ ମଧ୍ୟରେ ଆଠ ବା ଦଶ ଦିନରୁ ଅଧିକ ନ ରହି କାଇସରିୟାକୁ ବାହୁଡ଼ି ଗଲେ, ଆଉ ପରଦିନ ବିଚାରାସନରେ ବସି ପାଉଲଙ୍କୁ ଆଣିବା ନିମନ୍ତେ ଆଦେଶ ଦେଲେ।
7ସେ ଆସନ୍ତେ ଯିରୂଶାଲମ ସହରରୁ ଆଗତ ଯିହୁଦୀମାନେ ତାହାଙ୍କ ଚାରିଆଡ଼େ ଠିଆ ହୋଇ ତାହାଙ୍କ ବିରୁଦ୍ଧରେ ଅନେକ ଗୁରୁତର ଅଭିଯୋଗ ଆଣିବାକୁ ଲାଗିଲେ, କିନ୍ତୁ ସେମାନେ ସେହିସବୁ ପ୍ରମାଣ କରିପାରିଲେ ନାହିଁ।
8ସେଥିରେ ପାଉଲ ଆପଣା ପକ୍ଷ ସମର୍ଥନ କରି କହିଲେ, ଯିହୁଦୀମାନଙ୍କ ବ୍ୟବସ୍ଥା କି ମନ୍ଦିର କି କାଇସରଙ୍କ ବିରୁଦ୍ଧରେ ମୁଁ କୌଣସି ଅପରାଧ କରି ନାହିଁ।
9କିନ୍ତୁ ଫେଷ୍ଟସ୍ ଯିହୁଦୀମାନଙ୍କର ପ୍ରିୟପାତ୍ର ହେବାକୁ ଇଚ୍ଛା କରି ପାଉଲଙ୍କୁ ଉତ୍ତର ଦେଲେ, ତୁମ୍ଭେ କି ଯିରୂଶାଲମ ସହରକୁ ଯାଇ ସେ ସ୍ଥାନରେ ଆମ୍ଭ ସାକ୍ଷାତରେ ଏହିସବୁ ବିଷୟ ନେଇ ବିଚାରିତ ହେବାକୁ ଇଚ୍ଛା କରୁଅଛ?
10ମାତ୍ର ପାଉଲ କହିଲେ, ମୁଁ କାଇସରଙ୍କ ବିଚାରାସନ ସମ୍ମୁଖରେ ଠିଆ ହୋଇଅଛି, ସେ ସ୍ଥାନରେ ମୋହର ବିଚାର ହେବା ଉଚିତ। ମୁଁ ଯିହୁଦୀମାନଙ୍କ ପ୍ରତି କୌଣସି ଅନ୍ୟାୟ କରି ନାହିଁ, ଆପଣ ମଧ୍ୟ ତାହା ଅତି ଉତ୍ତମ ରୂପେ ଜାଣନ୍ତି।