ପ୍ରେରିତ 25

କିନ୍ତୁ ଫେଷ୍ଟସ୍ ଯିହୁଦୀମାନଙ୍କର ପ୍ରିୟପାତ୍ର ହେବାକୁ ଇଚ୍ଛା କରି ପାଉଲଙ୍କୁ ଉତ୍ତର ଦେଲେ, ତୁମ୍ଭେ କି ଯିରୂଶାଲମ ସହରକୁ ଯାଇ ସେ ସ୍ଥାନରେ ଆମ୍ଭ ସାକ୍ଷାତରେ ଏହିସବୁ ବିଷୟ ନେଇ ବିଚାରିତ ହେବାକୁ ଇଚ୍ଛା କରୁଅଛ?

Acts 25:9 (UKJV) But Festus, willing to do the Jews a pleasure, answered Paul, and said, Will you go up to Jerusalem, and there be judged of these things before me?

7ସେ ଆସନ୍ତେ ଯିରୂଶାଲମ ସହରରୁ ଆଗତ ଯିହୁଦୀମାନେ ତାହାଙ୍କ ଚାରିଆଡ଼େ ଠିଆ ହୋଇ ତାହାଙ୍କ ବିରୁଦ୍ଧରେ ଅନେକ ଗୁରୁତର ଅଭିଯୋଗ ଆଣିବାକୁ ଲାଗିଲେ, କିନ୍ତୁ ସେମାନେ ସେହିସବୁ ପ୍ରମାଣ କରିପାରିଲେ ନାହିଁ।

8ସେଥିରେ ପାଉଲ ଆପଣା ପକ୍ଷ ସମର୍ଥନ କରି କହିଲେ, ଯିହୁଦୀମାନଙ୍କ ବ୍ୟବସ୍ଥା କି ମନ୍ଦିର କି କାଇସରଙ୍କ ବିରୁଦ୍ଧରେ ମୁଁ କୌଣସି ଅପରାଧ କରି ନାହିଁ।

9କିନ୍ତୁ ଫେଷ୍ଟସ୍ ଯିହୁଦୀମାନଙ୍କର ପ୍ରିୟପାତ୍ର ହେବାକୁ ଇଚ୍ଛା କରି ପାଉଲଙ୍କୁ ଉତ୍ତର ଦେଲେ, ତୁମ୍ଭେ କି ଯିରୂଶାଲମ ସହରକୁ ଯାଇ ସେ ସ୍ଥାନରେ ଆମ୍ଭ ସାକ୍ଷାତରେ ଏହିସବୁ ବିଷୟ ନେଇ ବିଚାରିତ ହେବାକୁ ଇଚ୍ଛା କରୁଅଛ?

10ମାତ୍ର ପାଉଲ କହିଲେ, ମୁଁ କାଇସରଙ୍କ ବିଚାରାସନ ସମ୍ମୁଖରେ ଠିଆ ହୋଇଅଛି, ସେ ସ୍ଥାନରେ ମୋହର ବିଚାର ହେବା ଉଚିତ। ମୁଁ ଯିହୁଦୀମାନଙ୍କ ପ୍ରତି କୌଣସି ଅନ୍ୟାୟ କରି ନାହିଁ, ଆପଣ ମଧ୍ୟ ତାହା ଅତି ଉତ୍ତମ ରୂପେ ଜାଣନ୍ତି।

11ତେବେ, ଯଦି ମୁଁ ଅନ୍ୟାୟକାରୀ ହୋଇଥାଏ ଓ ମୃତ୍ୟୁ ଯୋଗ୍ୟ କୌଣସି କର୍ମ କରିଥାଏ, ତାହାହେଲେ ମୁଁ ମୃତ୍ୟୁଭୋଗ କରିବାକୁ ମନା କରୁ ନାହିଁ; କିନ୍ତୁ ଏମାନେ ମୋ, ବିରୁଦ୍ଧରେ ଯାହାସବୁ ଅଭିଯୋଗ କରୁଅଛନ୍ତି, ସେହିସବୁ ମଧ୍ୟରେ ଯଦି ପଦେ ସତ୍ୟ ନାହିଁ, ତାହାହେଲେ କୌଣସି ବ୍ୟକ୍ତି ସେମାନଙ୍କ ହସ୍ତରେ ମୋତେ ସମର୍ପଣ କରିପାରିବେ ନାହିଁ। ମୁଁ କାଇସରଙ୍କ ଛାମୁରେ ବିଚାରିତ ହେବା ନିମନ୍ତେ ପ୍ରାର୍ଥନା କରୁଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.