ପ୍ରେରିତ 26

ସେଥିରେ ଆଗ୍ରିପ୍ପା ପାଉଲଙ୍କୁ କହିଲେ, ତୁମ୍ଭକୁ ଆପଣା ସପକ୍ଷରେ କଥା କହିବା ନିମନ୍ତେ ଅନୁମତି ଦିଆଗଲା। ସେଥିରେ ପାଉଲ ହସ୍ତ ବିସ୍ତାର କରି ଆପଣା ପକ୍ଷ ସମର୍ଥନ କରିବାକୁ ଲାଗିଲେ,

Acts 26:1 (UKJV) Then Agrippa said unto Paul, You are permitted to speak for yourself. Then Paul stretched forth the hand, and answered for himself:

1ସେଥିରେ ଆଗ୍ରିପ୍ପା ପାଉଲଙ୍କୁ କହିଲେ, ତୁମ୍ଭକୁ ଆପଣା ସପକ୍ଷରେ କଥା କହିବା ନିମନ୍ତେ ଅନୁମତି ଦିଆଗଲା। ସେଥିରେ ପାଉଲ ହସ୍ତ ବିସ୍ତାର କରି ଆପଣା ପକ୍ଷ ସମର୍ଥନ କରିବାକୁ ଲାଗିଲେ,

2ହେ ରାଜନ ଆଗ୍ରିପ୍ପା, ଯିହୁଦୀମାନେ ମୋ ବିରୁଦ୍ଧରେ ଯେ ସମସ୍ତ ଅଭିଯୋଗ କରୁଅଛନ୍ତି, ସେ ସମ୍ବନ୍ଧରେ ମୁଁ ଯେ ଆଜି ଆପଣଙ୍କ ଛାମୁରେ ଆତ୍ମପକ୍ଷ ସମର୍ଥନ କରିବାକୁ ସୁଯୋଗ ପାଇଅଛି, ଏଥିପାଇଁ ମୁଁ ଆପଣାକୁ ସମୃଦ୍ଧିମାନ ମନେ କରୁଅଛି,

3ବିଶେଷରେ ଏହି କାରଣରୁ ଯେ, ଆପଣ ଯିହୁଦୀମାନଙ୍କ ମଧ୍ୟରେ ପ୍ରଚଳିତ ସମସ୍ତ ରୀତିନୀତି ଓ ମତାମତ ସମ୍ବନ୍ଧରେ ନିପୁଣ ଅଟନ୍ତି; ଏଥିପାଇଁ ଧୈର୍ଯ୍ୟ ଧରି ମୋହର କଥା ଶୁଣିବା ନିମନ୍ତେ ମୁଁ ଆପଣଙ୍କୁ ବିନତି କରୁଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.