9ନାଜରିତୀୟ ଯୀଶୁଙ୍କ ନାମ ବିରୁଦ୍ଧରେ ମୋହର ଅନେକ କାର୍ଯ୍ୟ କରିବା ଯେ କର୍ତ୍ତବ୍ୟ ଏହା ମୁଁ ନିଜେ ମନେ କରିଥିଲି।
10ଆଉ, ଯିରୂଶାଲମ ସହରରେ ମୁଁ ଏହା ମଧ୍ୟ କରିଥିଲି, ପ୍ରଧାନ ଯାଜକମାନଙ୍କଠାରୁ କ୍ଷମତା ପ୍ରାପ୍ତ ହୋଇ ସାଧୁମାନଙ୍କ ମଧ୍ୟରୁ ଅନେକଙ୍କୁ କାରାଗାରରେ ବନ୍ଦ କରିଥିଲି, ପୁଣି, ସେମାନଙ୍କ ପ୍ରାଣଦଣ୍ଡ ସମୟରେ ମୁଁ ମଧ୍ୟ ସେମାନଙ୍କ ବିରୁଦ୍ଧରେ ମୋହର ମତ ଦେଇଥିଲି,
11ଆଉ ସମସ୍ତ ସମାଜଗୃହରେ ଥରକୁଥର ସେମାନଙ୍କୁ ଶାସ୍ତି ଦେଇ ଯୀଶୁଙ୍କ ନିନ୍ଦା କରିବା ନିମନ୍ତେ ସେମାନଙ୍କୁ ବାଧ୍ୟ କରୁଥିଲି, ପୁଣି, ସେମାନଙ୍କ ବିରୁଦ୍ଧରେ ଅତ୍ୟନ୍ତ ଉନ୍ନତ ହୋଇ ବିଦେଶୀୟ ନଗରଗୁଡ଼ିକ ପର୍ଯ୍ୟନ୍ତ ସୁଧା ସେମାନଙ୍କୁ ତାଡ଼ନା କରୁଥିଲି।
12ଏହି ଉଦ୍ଦେଶ୍ୟରେ ପ୍ରଧାନ ଯାଜକମାନଙ୍କଠାରୁ କ୍ଷମତା ଓ ଆଦେଶପତ୍ର ଘେନି ଦମ୍ମେଶକକୁ ଯାଉଥିବା ସମୟରେ,
13ହେ ରାଜନ, ମଧ୍ୟାହ୍ନ କାଳରେ ପଥ ମଧ୍ୟରେ ଆକାଶରୁ ସୂର୍ଯ୍ୟଠାରୁ ଅଧିକ ତେଜୋମୟ ଆଲୋକ ମୋହର ଓ ମୋʼ ସହଯାତ୍ରୀମାନଙ୍କ ଚତୁଃଦିଗରେ ପ୍ରକାଶମାନ ହେବାର ଦେଖିଲି।