12ଏହି ଉଦ୍ଦେଶ୍ୟରେ ପ୍ରଧାନ ଯାଜକମାନଙ୍କଠାରୁ କ୍ଷମତା ଓ ଆଦେଶପତ୍ର ଘେନି ଦମ୍ମେଶକକୁ ଯାଉଥିବା ସମୟରେ,
13ହେ ରାଜନ, ମଧ୍ୟାହ୍ନ କାଳରେ ପଥ ମଧ୍ୟରେ ଆକାଶରୁ ସୂର୍ଯ୍ୟଠାରୁ ଅଧିକ ତେଜୋମୟ ଆଲୋକ ମୋହର ଓ ମୋʼ ସହଯାତ୍ରୀମାନଙ୍କ ଚତୁଃଦିଗରେ ପ୍ରକାଶମାନ ହେବାର ଦେଖିଲି।
14ଆମ୍ଭେମାନେ ସମସ୍ତେ ଭୂମିରେ ପଡ଼ିଯାଆନ୍ତେ, ମୁଁ ଏବ୍ରୀ ଭାଷାରେ ମୋ ପ୍ରତି ଏହି ବାଣୀ ଶୁଣିଲି, “ଶାଉଲ, ଶାଉଲ, କାହିଁକି ଆମ୍ଭକୁ ତାଡ଼ନା କରୁଅଛ? ପାଞ୍ଚଣ କଣ୍ଟାମୁନରେ ଗୋଇଠା ମାରିବା ତୁମ୍ଭ ପକ୍ଷରେ କଷ୍ଟକର।”
15ସେଥିରେ ମୁଁ କହିଲି, ପ୍ରଭୁ, ଆପଣ କିଏ? ତେଣୁ ପ୍ରଭୁ କହିଲେ “ଯେଉଁ ଯୀଶୁଙ୍କୁ ତୁମ୍ଭେ ତାଡ଼ନା କରୁଅଛ, ଆମ୍ଭେ ସେହି।
16କିନ୍ତୁ ଉଠ, ପାଦରେ ଭରା ଦେଇ ଠିଆ ହୁଅ, କାରଣ ଆମ୍ଭେ ତୁମ୍ଭକୁ ଆମ୍ଭର ସେବକ, ଆଉ ତୁମ୍ଭେ ଆମ୍ଭର ଯେଉଁ ଯେଉଁ ଦର୍ଶନ ପାଇଅଛ ଓ ପାଇବ, ସେହି ସମସ୍ତ ବିଷୟର ସାକ୍ଷୀସ୍ୱରୂପେ ମନୋନୀତ କରିବା ଉଦ୍ଦେଶ୍ୟରେ ତୁମ୍ଭକୁ ଦର୍ଶନ ଦେଇଅଛୁ।