15ସେଥିରେ ମୁଁ କହିଲି, ପ୍ରଭୁ, ଆପଣ କିଏ? ତେଣୁ ପ୍ରଭୁ କହିଲେ “ଯେଉଁ ଯୀଶୁଙ୍କୁ ତୁମ୍ଭେ ତାଡ଼ନା କରୁଅଛ, ଆମ୍ଭେ ସେହି।
16କିନ୍ତୁ ଉଠ, ପାଦରେ ଭରା ଦେଇ ଠିଆ ହୁଅ, କାରଣ ଆମ୍ଭେ ତୁମ୍ଭକୁ ଆମ୍ଭର ସେବକ, ଆଉ ତୁମ୍ଭେ ଆମ୍ଭର ଯେଉଁ ଯେଉଁ ଦର୍ଶନ ପାଇଅଛ ଓ ପାଇବ, ସେହି ସମସ୍ତ ବିଷୟର ସାକ୍ଷୀସ୍ୱରୂପେ ମନୋନୀତ କରିବା ଉଦ୍ଦେଶ୍ୟରେ ତୁମ୍ଭକୁ ଦର୍ଶନ ଦେଇଅଛୁ।
17ସ୍ୱଜାତି ଓ ଅଣଯିହୁଦୀମାନେ ଯେପରି ଅନ୍ଧକାରରୁ ଆଲୋକ ପ୍ରତି ଓ ଶୟତାନର ଶକ୍ତିରୁ ଈଶ୍ବରଙ୍କ ପ୍ରତି ଫେରନ୍ତି, ପୁଣି, ପାପ କ୍ଷମା ଓ ଆମ୍ଭଠାରେ ବିଶ୍ୱାସ ଦ୍ୱାରା ପବିତ୍ରୀକୃତ ଲୋକମାନଙ୍କ ମଧ୍ୟରେ ଅଧିକାରପ୍ରାପ୍ତ ହୁଅନ୍ତି,
18ସେଥିପାଇଁ ସେମାନଙ୍କ ଚକ୍ଷୁ ଉନ୍ମୋଚନ କରିବା ନିମନ୍ତେ ଆମ୍ଭେ ତୁମ୍ଭକୁ ସେମାନଙ୍କ ନିକଟକୁ ପଠାଉଅଛୁ, ଆଉ ଆମ୍ଭେ ତୁମ୍ଭକୁ ସେମାନଙ୍କଠାରୁ ରକ୍ଷା କରିବୁ।”
19ଅତଏବ, ହେ ରାଜନ ଆଗ୍ରିପ୍ପା ମୁଁ ସେହି ସ୍ୱର୍ଗୀୟ ଦର୍ଶନର ଅବାଧ୍ୟ ହେଲି ନାହିଁ,