18ସେଥିପାଇଁ ସେମାନଙ୍କ ଚକ୍ଷୁ ଉନ୍ମୋଚନ କରିବା ନିମନ୍ତେ ଆମ୍ଭେ ତୁମ୍ଭକୁ ସେମାନଙ୍କ ନିକଟକୁ ପଠାଉଅଛୁ, ଆଉ ଆମ୍ଭେ ତୁମ୍ଭକୁ ସେମାନଙ୍କଠାରୁ ରକ୍ଷା କରିବୁ।”
19ଅତଏବ, ହେ ରାଜନ ଆଗ୍ରିପ୍ପା ମୁଁ ସେହି ସ୍ୱର୍ଗୀୟ ଦର୍ଶନର ଅବାଧ୍ୟ ହେଲି ନାହିଁ,
20କିନ୍ତୁ ପ୍ରଥମେ ଦମ୍ମେଶକର ଓ ଯିରୂଶାଲମ ସହରର ଲୋକମାନଙ୍କ ନିକଟରେ, ପରେ ଯିହୂଦିୟା ପ୍ରଦେଶର ସମସ୍ତ ଅଞ୍ଚଳରେ, ପୁଣି, ଅଣଯିହୁଦୀମାନଙ୍କ ନିକଟରେ ମଧ୍ୟ ପ୍ରଚାର କରିବାକୁ ଲାଗିଲି, ଯେପରି ସେମାନେ ମନ-ପରିବର୍ତ୍ତନ କରି ଈଶ୍ବରଙ୍କ ପ୍ରତି ଫେରିଆସନ୍ତି ଓ ମନ-ପରିବର୍ତ୍ତନର ଉପଯୁକ୍ତ କାର୍ଯ୍ୟ କରନ୍ତି।
21ଏହି କାରଣରୁ କେତେକ ଯିହୁଦୀମାନେ ମନ୍ଦିର ମଧ୍ୟରେ ମୋତେ ଧରି ବଧ କରିବାକୁ ଚେଷ୍ଟା କରୁଥିଲେ।
22ଅତଏବ, ଈଶ୍ବରଙ୍କଠାରୁ ସାହାଯ୍ୟ ପ୍ରାପ୍ତ ହୋଇ ମୁଁ ଆଜି ପର୍ଯ୍ୟନ୍ତ “କ୍ଷୁଦ୍ର ଓ ମହାନ” ସମସ୍ତଙ୍କ ନିକଟରେ ସାକ୍ଷ୍ୟ ଦେଇ ଆସୁଅଛି, ପୁଣି, ଭାବବାଦୀମାନେ ଓ ମୋଶା ଯାହା ଯାହା ଘଟିବ ବୋଲି କହିଅଛନ୍ତି, ସେହିସବୁ ଛଡ଼ା ଆଉ କିଛି କହୁ ନାହିଁ,