ପ୍ରେରିତ 26

ଏହି କାରଣରୁ କେତେକ ଯିହୁଦୀମାନେ ମନ୍ଦିର ମଧ୍ୟରେ ମୋତେ ଧରି ବଧ କରିବାକୁ ଚେଷ୍ଟା କରୁଥିଲେ।

Acts 26:21 (UKJV) For these causes the Jews caught me in the temple, and went about to kill me.

19ଅତଏବ, ହେ ରାଜନ ଆଗ୍ରିପ୍ପା ମୁଁ ସେହି ସ୍ୱର୍ଗୀୟ ଦର୍ଶନର ଅବାଧ୍ୟ ହେଲି ନାହିଁ,

20କିନ୍ତୁ ପ୍ରଥମେ ଦମ୍ମେଶକର ଓ ଯିରୂଶାଲମ ସହରର ଲୋକମାନଙ୍କ ନିକଟରେ, ପରେ ଯିହୂଦିୟା ପ୍ରଦେଶର ସମସ୍ତ ଅଞ୍ଚଳରେ, ପୁଣି, ଅଣଯିହୁଦୀମାନଙ୍କ ନିକଟରେ ମଧ୍ୟ ପ୍ରଚାର କରିବାକୁ ଲାଗିଲି, ଯେପରି ସେମାନେ ମନ-ପରିବର୍ତ୍ତନ କରି ଈଶ୍ବରଙ୍କ ପ୍ରତି ଫେରିଆସନ୍ତି ଓ ମନ-ପରିବର୍ତ୍ତନର ଉପଯୁକ୍ତ କାର୍ଯ୍ୟ କରନ୍ତି।

21ଏହି କାରଣରୁ କେତେକ ଯିହୁଦୀମାନେ ମନ୍ଦିର ମଧ୍ୟରେ ମୋତେ ଧରି ବଧ କରିବାକୁ ଚେଷ୍ଟା କରୁଥିଲେ।

22ଅତଏବ, ଈଶ୍ବରଙ୍କଠାରୁ ସାହାଯ୍ୟ ପ୍ରାପ୍ତ ହୋଇ ମୁଁ ଆଜି ପର୍ଯ୍ୟନ୍ତ “କ୍ଷୁଦ୍ର ଓ ମହାନ” ସମସ୍ତଙ୍କ ନିକଟରେ ସାକ୍ଷ୍ୟ ଦେଇ ଆସୁଅଛି, ପୁଣି, ଭାବବାଦୀମାନେ ଓ ମୋଶା ଯାହା ଯାହା ଘଟିବ ବୋଲି କହିଅଛନ୍ତି, ସେହିସବୁ ଛଡ଼ା ଆଉ କିଛି କହୁ ନାହିଁ,

23ଅର୍ଥାତ୍‍ ଖ୍ରୀଷ୍ଟ ନିଶ୍ଚୟ ଦୁଃଖଭୋଗ କରି ପୁଣି, ପ୍ରଥମେ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥିତ ହୋଇ ସ୍ୱଜାତି ଓ ଅଣଯିହୁଦୀମାନଙ୍କ ନିକଟରେ ଆଲୋକ ପ୍ରକାଶ କରିବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.