ପ୍ରେରିତ 26

ଏହି ପ୍ରକାରେ ସେ ଅାତ୍ମପକ୍ଷ ସମର୍ଥନ କରୁଥିବା ସମୟରେ ଫେଷ୍ଟସ୍ ଉଚ୍ଚସ୍ୱରରେ କହିଲେ, ପାଉଲ, ତୁମ୍ଭେ ପାଗଳ; ବହୁ ବିଦ୍ୟା ତୁମ୍ଭକୁ ପାଗଳ କରୁଅଛି।

Acts 26:24 (UKJV) And as he thus spoke for himself, Festus said with a loud voice, Paul, you are out of your mind; much learning does make you mad.

22ଅତଏବ, ଈଶ୍ବରଙ୍କଠାରୁ ସାହାଯ୍ୟ ପ୍ରାପ୍ତ ହୋଇ ମୁଁ ଆଜି ପର୍ଯ୍ୟନ୍ତ “କ୍ଷୁଦ୍ର ଓ ମହାନ” ସମସ୍ତଙ୍କ ନିକଟରେ ସାକ୍ଷ୍ୟ ଦେଇ ଆସୁଅଛି, ପୁଣି, ଭାବବାଦୀମାନେ ଓ ମୋଶା ଯାହା ଯାହା ଘଟିବ ବୋଲି କହିଅଛନ୍ତି, ସେହିସବୁ ଛଡ଼ା ଆଉ କିଛି କହୁ ନାହିଁ,

23ଅର୍ଥାତ୍‍ ଖ୍ରୀଷ୍ଟ ନିଶ୍ଚୟ ଦୁଃଖଭୋଗ କରି ପୁଣି, ପ୍ରଥମେ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥିତ ହୋଇ ସ୍ୱଜାତି ଓ ଅଣଯିହୁଦୀମାନଙ୍କ ନିକଟରେ ଆଲୋକ ପ୍ରକାଶ କରିବେ।

24ଏହି ପ୍ରକାରେ ସେ ଅାତ୍ମପକ୍ଷ ସମର୍ଥନ କରୁଥିବା ସମୟରେ ଫେଷ୍ଟସ୍ ଉଚ୍ଚସ୍ୱରରେ କହିଲେ, ପାଉଲ, ତୁମ୍ଭେ ପାଗଳ; ବହୁ ବିଦ୍ୟା ତୁମ୍ଭକୁ ପାଗଳ କରୁଅଛି।

25କିନ୍ତୁ ପାଉଲ କହିଲେ, ହେ ମହାମହିମ ଫେଷ୍ଟସ୍, ମୁଁ ପାଗଳ ନୁହେଁ, ମାତ୍ର ସତ୍ୟ ଓ ସ୍ଥିର ବୁଦ୍ଧିର ବାକ୍ୟ ବ୍ୟକ୍ତ କରୁଅଛି।

26ରାଜା ତ ଏସମସ୍ତ ବିଷୟ ଜାଣନ୍ତି, ଆଉ ମୁଁ ତାହାଙ୍କ ଛାମୁରେ ମଧ୍ୟ ସାହସରେ କଥା କହୁଅଛି, କାରଣ ଏହି ସମସ୍ତ ବିଷୟର କୌଣସି କଥା ତାଙ୍କର ଅଜଣା ନାହିଁ ବୋଲି ମୋହର ବିଶ୍ୱାସ; ଏହା ତ ଗୋପନରେ କରା ହୋଇ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.