ପ୍ରେରିତ 26

ହେ ରାଜନ ଆଗ୍ରିପ୍ପା, ଆପଣ କଅଣ ଭାବବାଦୀମାନଙ୍କୁ ବିଶ୍ୱାସ କରନ୍ତି? ଆପଣ ବିଶ୍ୱାସ କରନ୍ତି ବୋଲି ମୁଁ ଜାଣେ।

Acts 26:27 (UKJV) King Agrippa, believe you the prophets? I know that you believe.

25କିନ୍ତୁ ପାଉଲ କହିଲେ, ହେ ମହାମହିମ ଫେଷ୍ଟସ୍, ମୁଁ ପାଗଳ ନୁହେଁ, ମାତ୍ର ସତ୍ୟ ଓ ସ୍ଥିର ବୁଦ୍ଧିର ବାକ୍ୟ ବ୍ୟକ୍ତ କରୁଅଛି।

26ରାଜା ତ ଏସମସ୍ତ ବିଷୟ ଜାଣନ୍ତି, ଆଉ ମୁଁ ତାହାଙ୍କ ଛାମୁରେ ମଧ୍ୟ ସାହସରେ କଥା କହୁଅଛି, କାରଣ ଏହି ସମସ୍ତ ବିଷୟର କୌଣସି କଥା ତାଙ୍କର ଅଜଣା ନାହିଁ ବୋଲି ମୋହର ବିଶ୍ୱାସ; ଏହା ତ ଗୋପନରେ କରା ହୋଇ ନାହିଁ।

27ହେ ରାଜନ ଆଗ୍ରିପ୍ପା, ଆପଣ କଅଣ ଭାବବାଦୀମାନଙ୍କୁ ବିଶ୍ୱାସ କରନ୍ତି? ଆପଣ ବିଶ୍ୱାସ କରନ୍ତି ବୋଲି ମୁଁ ଜାଣେ।

28ସେଥିରେ ଆଗ୍ରିପ୍ପା ପାଉଲଙ୍କୁ କହିଲେ, ଅଳ୍ପ କଥାରେ ତ ତୁମ୍ଭେ ଆମ୍ଭକୁ ଖ୍ରୀଷ୍ଟିୟାନ କରିପାର ବୋଲି ମନେ କରୁଅଛ।

29ପାଉଲ କହିଲେ, ଅଳ୍ପରେ ହେଉ କି ବହୁତରେ ହେଉ, କେବଳ ଆପଣ ନୁହଁନ୍ତି, ମାତ୍ର ଯେତେ ଲୋକ ଆଜି ମୋହର କଥା ଶୁଣୁଅଛନ୍ତି, ଯେପରି ସେମାନେ ସମସ୍ତେ ସୁଦ୍ଧା ଏହି ବନ୍ଧନ ବିନା ମୋହରି ପରି ହୁଅନ୍ତି, ଏହା ମୁଁ ଈଶ୍ବରଙ୍କ ନିକଟରେ ପ୍ରାର୍ଥନା କରୁଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.