ପ୍ରେରିତ 26

ସେଥିରେ ଆଗ୍ରିପ୍ପା ପାଉଲଙ୍କୁ କହିଲେ, ଅଳ୍ପ କଥାରେ ତ ତୁମ୍ଭେ ଆମ୍ଭକୁ ଖ୍ରୀଷ୍ଟିୟାନ କରିପାର ବୋଲି ମନେ କରୁଅଛ।

Acts 26:28 (UKJV) Then Agrippa said unto Paul, Almost you persuade me to be a Christian.

26ରାଜା ତ ଏସମସ୍ତ ବିଷୟ ଜାଣନ୍ତି, ଆଉ ମୁଁ ତାହାଙ୍କ ଛାମୁରେ ମଧ୍ୟ ସାହସରେ କଥା କହୁଅଛି, କାରଣ ଏହି ସମସ୍ତ ବିଷୟର କୌଣସି କଥା ତାଙ୍କର ଅଜଣା ନାହିଁ ବୋଲି ମୋହର ବିଶ୍ୱାସ; ଏହା ତ ଗୋପନରେ କରା ହୋଇ ନାହିଁ।

27ହେ ରାଜନ ଆଗ୍ରିପ୍ପା, ଆପଣ କଅଣ ଭାବବାଦୀମାନଙ୍କୁ ବିଶ୍ୱାସ କରନ୍ତି? ଆପଣ ବିଶ୍ୱାସ କରନ୍ତି ବୋଲି ମୁଁ ଜାଣେ।

28ସେଥିରେ ଆଗ୍ରିପ୍ପା ପାଉଲଙ୍କୁ କହିଲେ, ଅଳ୍ପ କଥାରେ ତ ତୁମ୍ଭେ ଆମ୍ଭକୁ ଖ୍ରୀଷ୍ଟିୟାନ କରିପାର ବୋଲି ମନେ କରୁଅଛ।

29ପାଉଲ କହିଲେ, ଅଳ୍ପରେ ହେଉ କି ବହୁତରେ ହେଉ, କେବଳ ଆପଣ ନୁହଁନ୍ତି, ମାତ୍ର ଯେତେ ଲୋକ ଆଜି ମୋହର କଥା ଶୁଣୁଅଛନ୍ତି, ଯେପରି ସେମାନେ ସମସ୍ତେ ସୁଦ୍ଧା ଏହି ବନ୍ଧନ ବିନା ମୋହରି ପରି ହୁଅନ୍ତି, ଏହା ମୁଁ ଈଶ୍ବରଙ୍କ ନିକଟରେ ପ୍ରାର୍ଥନା କରୁଅଛି।

30ସେଥିରେ ରାଜା, ଶାସନକର୍ତ୍ତା, ବର୍ଣ୍ଣୀକୀ ଓ ସେମାନଙ୍କ ସହିତ ବସିଥିବା ବ୍ୟକ୍ତିମାନେ ଉଠିଯାଇ,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.