27ହେ ରାଜନ ଆଗ୍ରିପ୍ପା, ଆପଣ କଅଣ ଭାବବାଦୀମାନଙ୍କୁ ବିଶ୍ୱାସ କରନ୍ତି? ଆପଣ ବିଶ୍ୱାସ କରନ୍ତି ବୋଲି ମୁଁ ଜାଣେ।
28ସେଥିରେ ଆଗ୍ରିପ୍ପା ପାଉଲଙ୍କୁ କହିଲେ, ଅଳ୍ପ କଥାରେ ତ ତୁମ୍ଭେ ଆମ୍ଭକୁ ଖ୍ରୀଷ୍ଟିୟାନ କରିପାର ବୋଲି ମନେ କରୁଅଛ।
29ପାଉଲ କହିଲେ, ଅଳ୍ପରେ ହେଉ କି ବହୁତରେ ହେଉ, କେବଳ ଆପଣ ନୁହଁନ୍ତି, ମାତ୍ର ଯେତେ ଲୋକ ଆଜି ମୋହର କଥା ଶୁଣୁଅଛନ୍ତି, ଯେପରି ସେମାନେ ସମସ୍ତେ ସୁଦ୍ଧା ଏହି ବନ୍ଧନ ବିନା ମୋହରି ପରି ହୁଅନ୍ତି, ଏହା ମୁଁ ଈଶ୍ବରଙ୍କ ନିକଟରେ ପ୍ରାର୍ଥନା କରୁଅଛି।
30ସେଥିରେ ରାଜା, ଶାସନକର୍ତ୍ତା, ବର୍ଣ୍ଣୀକୀ ଓ ସେମାନଙ୍କ ସହିତ ବସିଥିବା ବ୍ୟକ୍ତିମାନେ ଉଠିଯାଇ,
31ଅନ୍ତର ହୋଇ ପରସ୍ପର କଥାବାର୍ତ୍ତା କରୁ କରୁ କହିଲେ, ଏହି ଲୋକ ମୃତ୍ୟୁ କି ବନ୍ଧନ ଯୋଗ୍ୟ କୌଣସି କର୍ମ କରି ନାହିଁ।