ପ୍ରେରିତ 26

ଯୌବନକାଳାବଧି ଆଦ୍ୟରୁ ସ୍ୱଜାତି ମଧ୍ୟରେ ଓ ଯିରୂଶାଲମ ସହରରେ ମୋହର ଆଚାର-ବ୍ୟବହାର ଯିହୁଦୀମାନେ ସମସ୍ତେ ଜାଣନ୍ତି;

Acts 26:4 (UKJV) My manner of life from my youth, which was at the first among mine own nation at Jerusalem, know all the Jews;

2ହେ ରାଜନ ଆଗ୍ରିପ୍ପା, ଯିହୁଦୀମାନେ ମୋ ବିରୁଦ୍ଧରେ ଯେ ସମସ୍ତ ଅଭିଯୋଗ କରୁଅଛନ୍ତି, ସେ ସମ୍ବନ୍ଧରେ ମୁଁ ଯେ ଆଜି ଆପଣଙ୍କ ଛାମୁରେ ଆତ୍ମପକ୍ଷ ସମର୍ଥନ କରିବାକୁ ସୁଯୋଗ ପାଇଅଛି, ଏଥିପାଇଁ ମୁଁ ଆପଣାକୁ ସମୃଦ୍ଧିମାନ ମନେ କରୁଅଛି,

3ବିଶେଷରେ ଏହି କାରଣରୁ ଯେ, ଆପଣ ଯିହୁଦୀମାନଙ୍କ ମଧ୍ୟରେ ପ୍ରଚଳିତ ସମସ୍ତ ରୀତିନୀତି ଓ ମତାମତ ସମ୍ବନ୍ଧରେ ନିପୁଣ ଅଟନ୍ତି; ଏଥିପାଇଁ ଧୈର୍ଯ୍ୟ ଧରି ମୋହର କଥା ଶୁଣିବା ନିମନ୍ତେ ମୁଁ ଆପଣଙ୍କୁ ବିନତି କରୁଅଛି।

4ଯୌବନକାଳାବଧି ଆଦ୍ୟରୁ ସ୍ୱଜାତି ମଧ୍ୟରେ ଓ ଯିରୂଶାଲମ ସହରରେ ମୋହର ଆଚାର-ବ୍ୟବହାର ଯିହୁଦୀମାନେ ସମସ୍ତେ ଜାଣନ୍ତି;

5ସେମାନେ ମୋତେ ପ୍ରଥମରୁ ଜାଣିଥିବାରୁ ଯଦି ଇଚ୍ଛା କରନ୍ତି, ତେବେ ସାକ୍ଷ୍ୟ ଦେଇ ପାରନ୍ତି ଯେ, ମୁଁ ଆମ୍ଭମାନଙ୍କ ଧର୍ମର ସର୍ବାପେକ୍ଷା କଠୋର ମତ ଅନୁସାରେ ଫାରୂଶୀ ହୋଇ ଜୀବନଯାପନ କଲି।

6ପୁଣି, ଆମ୍ଭମାନଙ୍କ ପିତୃ-ପୁରୁଷଙ୍କ ନିକଟରେ ଈଶ୍ବର ଯେଉଁ ପ୍ରତିଜ୍ଞା କରିଥିଲେ, ସେହି ପ୍ରତିଜ୍ଞାର ପ୍ରତ୍ୟାଶା ନିମନ୍ତେ ମୁଁ ବିଚାରିତ ହେବା ପାଇଁ ଏବେ ଠିଆ ହୋଇଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.