5ସେମାନେ ମୋତେ ପ୍ରଥମରୁ ଜାଣିଥିବାରୁ ଯଦି ଇଚ୍ଛା କରନ୍ତି, ତେବେ ସାକ୍ଷ୍ୟ ଦେଇ ପାରନ୍ତି ଯେ, ମୁଁ ଆମ୍ଭମାନଙ୍କ ଧର୍ମର ସର୍ବାପେକ୍ଷା କଠୋର ମତ ଅନୁସାରେ ଫାରୂଶୀ ହୋଇ ଜୀବନଯାପନ କଲି।
6ପୁଣି, ଆମ୍ଭମାନଙ୍କ ପିତୃ-ପୁରୁଷଙ୍କ ନିକଟରେ ଈଶ୍ବର ଯେଉଁ ପ୍ରତିଜ୍ଞା କରିଥିଲେ, ସେହି ପ୍ରତିଜ୍ଞାର ପ୍ରତ୍ୟାଶା ନିମନ୍ତେ ମୁଁ ବିଚାରିତ ହେବା ପାଇଁ ଏବେ ଠିଆ ହୋଇଅଛି।
7ଆମ୍ଭମାନଙ୍କ ବାର ଗୋଷ୍ଠୀ ସେହି ପ୍ରତିଜ୍ଞାର ଫଳ ପ୍ରାପ୍ତି ଆଶାରେ ଦିବାରାତ୍ର ଏକାଗ୍ର ଚିତ୍ତରେ ଈଶ୍ବରଙ୍କ ସେବା କରୁଅଛନ୍ତି। ହେ ରାଜନ, ସେହି ପ୍ରତ୍ୟାଶା ହେତୁ ମୁଁ ଯିହୁଦୀମାନଙ୍କ ଦ୍ୱାରା ଅଭିଯୁକ୍ତ ହେଉଅଛି।
8ଈଶ୍ବର ଯେ ମୃତମାନଙ୍କୁ ଉଠାନ୍ତି, ତାହା କାହିଁକି ଆପଣମାନଙ୍କ ବିଚାରରେ ଅବିଶ୍ୱସ୍ତ ବୋଲି ବୋଧ ହୁଏ?
9ନାଜରିତୀୟ ଯୀଶୁଙ୍କ ନାମ ବିରୁଦ୍ଧରେ ମୋହର ଅନେକ କାର୍ଯ୍ୟ କରିବା ଯେ କର୍ତ୍ତବ୍ୟ ଏହା ମୁଁ ନିଜେ ମନେ କରିଥିଲି।