ପ୍ରେରିତ 27

ଯେତେବେଳେ ଆମ୍ଭମାନଙ୍କର ଜାହାଜରେ ଚଢ଼ି ଇତାଲିଆକୁ ଯିବା ନିମନ୍ତେ ସ୍ଥିର ହୋଇଥିଲା, ସେତେବେଳେ ପାଉଲ ଓ ଅନ୍ୟ କେତେକ ବନ୍ଦୀ ଆଗସ୍ତିୟ ରାଜକୀୟ ସୈନ୍ୟଦଳର ଯୂଲିଅସ୍ ନାମକ ଜଣେ ଶତ-ସେନାପତିଙ୍କ ହସ୍ତରେ ସମର୍ପିତ ହେଲେ।

Acts 27:1 (UKJV) And when it was determined that we should sail into Italy, they delivered Paul and certain other prisoners unto one named Julius, a centurion of Augustus' band.

1ଯେତେବେଳେ ଆମ୍ଭମାନଙ୍କର ଜାହାଜରେ ଚଢ଼ି ଇତାଲିଆକୁ ଯିବା ନିମନ୍ତେ ସ୍ଥିର ହୋଇଥିଲା, ସେତେବେଳେ ପାଉଲ ଓ ଅନ୍ୟ କେତେକ ବନ୍ଦୀ ଆଗସ୍ତିୟ ରାଜକୀୟ ସୈନ୍ୟଦଳର ଯୂଲିଅସ୍ ନାମକ ଜଣେ ଶତ-ସେନାପତିଙ୍କ ହସ୍ତରେ ସମର୍ପିତ ହେଲେ।

2ସେଥିରେ ଏସିଆ ପ୍ରଦେଶର ଉପକୂଳରେ ବିଭିନ୍ନ ସ୍ଥାନକୁ ଯିବା ନିମନ୍ତେ ଉଦ୍ୟତ ଗୋଟିଏ ଆଦ୍ରାମୁତ୍ତୀୟ ଜାହାଜରେ ଆମ୍ଭେମାନେ ଚଢ଼ି ଜାହାଜ ଫିଟାଇଦେଲୁ; ଆଉ ଥେସଲନୀକୀ ସହରରେ ମାକିଦନିଆ ନଗରରୁ ଆରିସ୍ତାର୍ଖ ନାମକ ଜଣେ ବ୍ୟକ୍ତି ଆମ୍ଭମାନଙ୍କ ସାଙ୍ଗରେ ଥିଲେ।

3ପରଦିନ ଆମ୍ଭେମାନେ ସୀଦୋନରେ ପହଞ୍ଚିଲୁ, ଆଉ ଯୂଲିଅସ୍ ପାଉଲଙ୍କ ପ୍ରତି ସଦୟ ବ୍ୟବହାର କରି ଆପଣା ମିତ୍ରମାନଙ୍କ ପାଖକୁ ଯାଇ ସେବା ପାଇବା ନିମନ୍ତେ ଅନୁମତି ଦେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.