8ପୁଣି, କଷ୍ଟରେ କୂଳେ କୂଳେ ଯାଇ “ସୁନ୍ଦର ବନ୍ଦର” ନାମକ ଗୋଟିଏ ସ୍ଥାନକୁ ଆସିଲୁ; ଲାସାୟା ସହର ସେଥିର ନିକଟବର୍ତ୍ତୀ।
9ଏହି ପ୍ରକାରେ ଅନେକ ସମୟ ଅତିବାହିତ ହେଲା, ପୁଣି, ଜଳଯାତ୍ରା ବର୍ତ୍ତମାନ ବିପଦଜନକ ହୋଇ ପଡ଼ିଲା, କାରଣ ସେତେବେଳେ ଉପବାସ ପର୍ବ ସମାପ୍ତ ହୋଇଥିଲା। ଏଣୁ ପାଉଲ ସେମାନଙ୍କୁ ସତର୍କ କରାଇ କହିଲେ,
10ମହାଶୟମାନେ ଏହି ଜଳଯାତ୍ରା ଯେ କେବଳ ମାଲ ଓ ଜାହାଜର ଅନିଷ୍ଟ ହେବ, ତାହା ନୁହେଁ, ମାତ୍ର ଆମ୍ଭମାନଙ୍କ ପ୍ରାଣର ମଧ୍ୟ ଯେ ଅନିଷ୍ଟ ଓ କ୍ଷତିକାରକ ହେବ, ଏହା ମୁଁ ଜାଣୁଅଛି।
11କିନ୍ତୁ ଶତ-ସେନାପତି ପାଉଲଙ୍କ କଥା ଅପେକ୍ଷା ଜାହାଜର ଚାଳକ ଓ ଅଧିକାରୀଙ୍କ କଥାରେ ଅଧିକ ମନୋଯୋଗ କଲେ।
12ଆଉ ସେହି ବନ୍ଦରଟି ଶୀତକାଳ କଟାଇବା ନିମନ୍ତେ ସୁବିଧାଜନକ ନ ଥିବାରୁ କୌଣସି ପ୍ରକାରେ ଫୈନିକ୍ସ୍ ସହରରେ ପହଞ୍ଚି ସେଠାରେ ଶୀତକାଳ କଟାଇବା ନିମନ୍ତେ ସେଠାରୁ ଜାହାଜ ଛାଡ଼ିଦେବାକୁ ଅଧିକାଂଶ ଲୋକ ପରାମର୍ଶ ଦେଲେ; ସେହି ଫୈନିକ୍ସ୍ କ୍ରୀତୀର ଗୋଟିଏ ବନ୍ଦର, ତାହା ଉତ୍ତରପୂର୍ବ ଓ ଦକ୍ଷିଣ-ପୂର୍ବ ଅଭିମୁଖୀ।