13ପରେ ଦକ୍ଷିଣା ପବନ ଧୀରେ ଧୀରେ ବହିବାରୁ ସେମାନେ ନିଜ ନିଜର ଉଦ୍ଦେଶ୍ୟ ସଫଳ ହେଲା ବୋଲି ମନେ କରି ଲଙ୍ଗର ତୋଳି କ୍ରୀତୀର କୂଳର ଅତି ନିକଟ ଦେଇ ଯିବାକୁ ଲାଗିଲେ।
14କିନ୍ତୁ ଅଳ୍ପ ସମୟ ଉତ୍ତାରେ, ଯାହାକୁ ଇଉରକ୍ୱିଲୋ ବୋଲି କହନ୍ତି, ସେହି ପ୍ରଚଣ୍ଡ ପବନ କୂଳରୁ ବହି ଆଘାତ କରିବାକୁ ଲାଗିଲା।
15ଜାହାଜଟି ତୋଫାନରେ ପଡ଼ି ପବନର ସମ୍ମୁଖୀନ ହୋଇ ନ ପାରିବାରୁ ଆମ୍ଭେମାନେ ତାହାକୁ ଭାସିଯିବାକୁ ଛାଡ଼ିଦେଲୁ।
16ପୁଣି, କାଉଦ ନାମକ ଗୋଟିଏ କ୍ଷୁଦ୍ର ଦ୍ୱୀପର ଆଶ୍ରୟସ୍ଥଳୀରେ ଯାଇ କଷ୍ଟରେ ଜାହାଜର ନୌକାଖଣ୍ଡିକ ଧରି ରକ୍ଷା କରିବାକୁ ସକ୍ଷମ ହେଲୁ,
17ଆଉ ସେମାନେ ତାହାକୁ ଉଠାଇନେଲା ଉତ୍ତାରେ ନାନା ଉପାୟରେ ଜାହାଜକୁ ତଳୁ ଘେରିଦେଇ ବାନ୍ଧିଲେ, ପୁଣି, କାଳେ ସେମାନେ ସୁର୍ତ୍ତି ନାମକ ଚଡ଼ାରେ ଲାଗିଯିବେ, ଏହି ଭୟରେ ପାଲସବୁ ପକାଇଦେଇ ଭାସିବାକୁ ଲାଗିଲେ।