17ଆଉ ସେମାନେ ତାହାକୁ ଉଠାଇନେଲା ଉତ୍ତାରେ ନାନା ଉପାୟରେ ଜାହାଜକୁ ତଳୁ ଘେରିଦେଇ ବାନ୍ଧିଲେ, ପୁଣି, କାଳେ ସେମାନେ ସୁର୍ତ୍ତି ନାମକ ଚଡ଼ାରେ ଲାଗିଯିବେ, ଏହି ଭୟରେ ପାଲସବୁ ପକାଇଦେଇ ଭାସିବାକୁ ଲାଗିଲେ।
18ତୋଫାନରେ ଆମ୍ଭମାନଙ୍କର ଅତିଶୟ କଷ୍ଟ ହେବାରୁ ତହିଁ ଆରଦିନ ନାବିକମାନେ ମାଲ ଫୋପାଡ଼ିବାକୁ ଲାଗିଲେ,
19ପୁଣି, ତୃତୀୟ ଦିନରେ ନିଜ ହାତରେ ଜାହାଜର ସରଞ୍ଜାମସବୁ ଫୋପାଡ଼ିଦେଲେ।
20ଅନେକ ଦିନ ପର୍ଯ୍ୟନ୍ତ ସୂର୍ଯ୍ୟ କି ନକ୍ଷତ୍ର ଦେଖା ନ ଯିବାରୁ, ପୁଣି, ଭୀଷଣ ଝଡ଼ ଲାଗିରହିବାରୁ ଶେଷରେ ଆମ୍ଭମାନଙ୍କ ରକ୍ଷା ପାଇବାର ସମସ୍ତ ଆଶା ଦୂର ହେଲା।
21ଆଉ, ସମସ୍ତେ ଅନେକ ଦିନ ପର୍ଯ୍ୟନ୍ତ ଅନାହାରରେ ରହିଲା ପରେ ପାଉଲ ସେମାନଙ୍କ ମଧ୍ୟରେ ଠିଆ ହୋଇ କହିଲେ, ମହାଶୟମାନେ, ମୋହର କଥା ମାନି କ୍ରୀତୀରୁ ଜାହାଜ ନ ଫିଟାଇବା, ପୁଣି, ଏହି ଅନିଷ୍ଟ ଓ କ୍ଷତି ନିବାରଣ କରିବା ଆପଣମାନଙ୍କର ଉଚିତ୍ ଥିଲା।