22ଯାହା ହେଉ, ଏବେ ମୁଁ ଆପଣମାନଙ୍କୁ କହୁଅଛି, ସାହସ ଧରନ୍ତୁ, କାରଣ ଆପଣମାନଙ୍କ ମଧ୍ୟରେ କାହାର ପ୍ରାଣନାଶ ହେବ ନାହିଁ, କେବଳ ଜାହାଜ ନଷ୍ଟ ହେବ।
23ଯେଣୁ ମୁଁ ଯେଉଁ ଈଶ୍ବରଙ୍କର ଲୋକ, ପୁଣି, ଯାହାଙ୍କର ମଧ୍ୟ ମୁଁ ସେବା କରେ, ତାହାଙ୍କର ଜଣେ ଦୂତ ଏହି ରାତ୍ରିରେ ମୋ ପାଖରେ ଠିଆ ହୋଇ କହିଲେ,
24ପାଉଲ, ଭୟ କର ନାହିଁ; କାଇସରଙ୍କର ସମ୍ମୁଖରେ ତୁମ୍ଭକୁ ଠିଆ ହେବାକୁ ହେବ, ଆଉ ଦେଖ, ତୁମ୍ଭର ସହଯାତ୍ରୀ ସମସ୍ତଙ୍କୁ ଈଶ୍ବର ତୁମ୍ଭକୁ ଦାନ କରିଅଛନ୍ତି।
25ଅତଏବ, ମହାଶୟମାନେ, ସାହସ ଧରନ୍ତୁ, କାରଣ ଈଶ୍ବରଙ୍କଠାରେ ମୋହର ବିଶ୍ୱାସ ଅଛି ଯେ, ମୋତେ ଯେପରି କୁହା ହୋଇଅଛି, ଠିକ୍ ସେହିପରି ଘଟିବ।
26କିନ୍ତୁ ଆମ୍ଭମାନଙ୍କୁ କୌଣସି ଗୋଟିଏ ଦ୍ୱୀପରେ ଯାଇ ପଡ଼ିବାକୁ ହେବ।