27ଏହି ରୂପେ ଆମ୍ଭେମାନେ ଆଦ୍ରିଆ ସମୁଦ୍ରରେ ଇତଃସ୍ତତଃ ଚାଳିତ ହେଉ ହେଉ ଯେତେବେଳେ ଚତୁର୍ଦ୍ଦଶ ରାତ୍ରି ଉପସ୍ଥିତ ହେଲା, ସେତେବେଳେ ପ୍ରାୟ ଅର୍ଦ୍ଧରାତ୍ରି ସମୟରେ ନାବିକମାନେ କୌଣସି ସ୍ଥଳର ନିକଟବର୍ତ୍ତୀ ହେଉଛନ୍ତି ବୋଲି ଅନୁମାନ କଲେ।
28ଏଣୁ ସେମାନେ ମାପ କରି ଶହେ କୋଡ଼ିଏ ଫୁଟ ଗଭୀରର ପାଣି ପାଇଲେ ପୁଣି ଟିକିଏ ଆଗକୁ ଯାଇ ଆଉ ଥରେ ମାପ କରି ନବେ ଫୁଟ ଗଭୀରର ପାଣି ପାଇଲେ।
29କାଳେ ଆମ୍ଭେମାନେ କୌଣସି ପଥୁରିଆ ଭୂମିରେ ଯାଇ ପଡ଼ୁ, ଏହି ଭୟରେ ସେମାନେ ଚାରିଟା ଲଙ୍ଗର ପକାଇଦେଇ ଦିନ ଅପେକ୍ଷାରେ ରହିଲେ।
30ପୁଣି, ନାବିକମାନେ ଜାହାଜର ସମ୍ମୁଖଭାଗରୁ ଲଙ୍ଗର ପକାଇବା ଛଳରେ ନୌକାଖଣ୍ଡିକ ସମୁଦ୍ରକୁ ଓହ୍ଲାଇ ଦେଇ ଜାହାଜରୁ ପଳାଇଯିବା ନିମନ୍ତେ ଚେଷ୍ଟା କରନ୍ତେ,
31ପାଉଲ ଶତ-ସେନାପତି ଓ ସୈନ୍ୟମାନଙ୍କୁ କହିଲେ, ଏମାନେ ଜାହାଜରେ ନ ରହିଲେ ଆପଣମାନେ ରକ୍ଷା ପାଇ ପାରିବେ ନାହିଁ।