29କାଳେ ଆମ୍ଭେମାନେ କୌଣସି ପଥୁରିଆ ଭୂମିରେ ଯାଇ ପଡ଼ୁ, ଏହି ଭୟରେ ସେମାନେ ଚାରିଟା ଲଙ୍ଗର ପକାଇଦେଇ ଦିନ ଅପେକ୍ଷାରେ ରହିଲେ।
30ପୁଣି, ନାବିକମାନେ ଜାହାଜର ସମ୍ମୁଖଭାଗରୁ ଲଙ୍ଗର ପକାଇବା ଛଳରେ ନୌକାଖଣ୍ଡିକ ସମୁଦ୍ରକୁ ଓହ୍ଲାଇ ଦେଇ ଜାହାଜରୁ ପଳାଇଯିବା ନିମନ୍ତେ ଚେଷ୍ଟା କରନ୍ତେ,
31ପାଉଲ ଶତ-ସେନାପତି ଓ ସୈନ୍ୟମାନଙ୍କୁ କହିଲେ, ଏମାନେ ଜାହାଜରେ ନ ରହିଲେ ଆପଣମାନେ ରକ୍ଷା ପାଇ ପାରିବେ ନାହିଁ।
32ସେଥିରେ ସୈନ୍ୟମାନେ ନୌକାର ଦଉଡିସବୁ କାଟିଦେଇ ତାହାକୁ ଜଳରେ ପକାଇଦେଲେ।
33ଆଉ, ଦିନ ହୋଇ ଆସୁଥିବା ପର୍ଯ୍ୟନ୍ତ ପାଉଲ ସେମାନଙ୍କୁ କିଛି ଭୋଜନ କରିବା ନିମନ୍ତେ ଉତ୍ସାହ ଦେଇ କହିଲେ, ଆଜିକି ଚଉଦ ଦିନ ହେଲା ଆପଣମାନେ ଅପେକ୍ଷାରେ ଥାଇ କିଛି ଭୋଜନ ନ କରି ଅନାହାରରେ ରହିଅଛନ୍ତି।