34ଏଣୁ କିଛି ଭୋଜନ କରିବା ନିମନ୍ତେ ମୁଁ ଆପଣମାନଙ୍କୁ ପରାମର୍ଶ ଦେଉଅଛି, କାରଣ ତାହା ଅାପଣମାନଙ୍କ ରକ୍ଷା ନିମନ୍ତେ ପ୍ରୟୋଜନ; ଯେଣୁ ଆପଣମାନଙ୍କର କାହାରି ମସ୍ତକର ଗୋଟିଏ କେଶ ନଷ୍ଟ ହେବ ନାହିଁ।
35ସେ ଏହିସବୁ କଥା କହି ରୁଟି ଘେନି ସମସ୍ତଙ୍କ ସାକ୍ଷାତରେ ଈଶ୍ବରଙ୍କୁ ଧନ୍ୟବାଦ ଦେଇ ତାହା ଭାଙ୍ଗି ଭୋଜନ କରିବାକୁ ଲାଗିଲେ।
36ସେଥିରେ ସେମାନେ ସମସ୍ତେ ସାହସ ପ୍ରାପ୍ତ ହୋଇ ନିଜେ ନିଜେ ମଧ୍ୟ ଭୋଜନ କଲେ।
37ଆମ୍ଭେମାନେ ଜାହାଜରେ ସର୍ବସୁଧା ଦୁଇ ଶହ ଛଅସ୍ତରୀ ଜଣ ପ୍ରାଣୀ ଥିଲୁ।
38ସେମାନେ ଯଥେଷ୍ଟ ଭୋଜନ କଲା ପରେ ସମୁଦ୍ରରେ ଗହମ ପକାଇଦେଇ ଜାହାଜକୁ ହାଲୁକା କରିବାକୁ ଲାଗିଲେ,