36ସେଥିରେ ସେମାନେ ସମସ୍ତେ ସାହସ ପ୍ରାପ୍ତ ହୋଇ ନିଜେ ନିଜେ ମଧ୍ୟ ଭୋଜନ କଲେ।
37ଆମ୍ଭେମାନେ ଜାହାଜରେ ସର୍ବସୁଧା ଦୁଇ ଶହ ଛଅସ୍ତରୀ ଜଣ ପ୍ରାଣୀ ଥିଲୁ।
38ସେମାନେ ଯଥେଷ୍ଟ ଭୋଜନ କଲା ପରେ ସମୁଦ୍ରରେ ଗହମ ପକାଇଦେଇ ଜାହାଜକୁ ହାଲୁକା କରିବାକୁ ଲାଗିଲେ,
39ଦିନ ହୁଅନ୍ତେ, ସେ ସ୍ଥଳ ସେମାନେ ଚିହ୍ନି ପାରିଲେ ନାହିଁ, ମାତ୍ର ସେମାନେ ବାଲିକୂଳ ଥିବା ଗୋଟିଏ ଖାଲ ଦେଖି କୌଣସି ପ୍ରକାରେ ସେଠାରେ ଜାହାଜ ଲଗାଇବା ନିମନ୍ତେ ପରାମର୍ଶ କଲେ।
40ଏଣୁ ସେମାନେ ଲଙ୍ଗରସବୁ କାଟି ସେଗୁଡ଼ିକ ସମୁଦ୍ରରେ ଛାଡ଼ିଦେଲେ, ଆଉ ସାଙ୍ଗେ ସାଙ୍ଗେ ମଙ୍ଗର ଦଉଡିସବୁ ଫିଟାଇ ପବନ ଆଡ଼କୁ ଆଗ ପାଲ ଉଠାଇ କୂଳ ଆଡ଼କୁ ଯିବାକୁ ଚେଷ୍ଟା କଲେ।