ପ୍ରେରିତ 27

ଏଣୁ ସେମାନେ ଲଙ୍ଗରସବୁ କାଟି ସେଗୁଡ଼ିକ ସମୁଦ୍ରରେ ଛାଡ଼ିଦେଲେ, ଆଉ ସାଙ୍ଗେ ସାଙ୍ଗେ ମଙ୍ଗର ଦଉଡିସବୁ ଫିଟାଇ ପବନ ଆଡ଼କୁ ଆଗ ପାଲ ଉଠାଇ କୂଳ ଆଡ଼କୁ ଯିବାକୁ ଚେଷ୍ଟା କଲେ।

Acts 27:40 (UKJV) And when they had taken up the anchors, they committed themselves unto the sea, and loosed the rudder bands, and hoisted up the mainsail to the wind, and made toward shore.

38ସେମାନେ ଯଥେଷ୍ଟ ଭୋଜନ କଲା ପରେ ସମୁଦ୍ରରେ ଗହମ ପକାଇଦେଇ ଜାହାଜକୁ ହାଲୁକା କରିବାକୁ ଲାଗିଲେ,

39ଦିନ ହୁଅନ୍ତେ, ସେ ସ୍ଥଳ ସେମାନେ ଚିହ୍ନି ପାରିଲେ ନାହିଁ, ମାତ୍ର ସେମାନେ ବାଲିକୂଳ ଥିବା ଗୋଟିଏ ଖାଲ ଦେଖି କୌଣସି ପ୍ରକାରେ ସେଠାରେ ଜାହାଜ ଲଗାଇବା ନିମନ୍ତେ ପରାମର୍ଶ କଲେ।

40ଏଣୁ ସେମାନେ ଲଙ୍ଗରସବୁ କାଟି ସେଗୁଡ଼ିକ ସମୁଦ୍ରରେ ଛାଡ଼ିଦେଲେ, ଆଉ ସାଙ୍ଗେ ସାଙ୍ଗେ ମଙ୍ଗର ଦଉଡିସବୁ ଫିଟାଇ ପବନ ଆଡ଼କୁ ଆଗ ପାଲ ଉଠାଇ କୂଳ ଆଡ଼କୁ ଯିବାକୁ ଚେଷ୍ଟା କଲେ।

41କିନ୍ତୁ ସେମାନେ ଦୁଇ ସମୁଦ୍ର ମିଶିଥିବା ସ୍ଥାନରେ ଯାଇ ପଡ଼ନ୍ତେ, ଜାହାଜଟି ଚଡ଼ାରେ ଲାଗିଗଲା; ତାହାର ସମ୍ମୁଖଭାଗ ଲାଖିଯାଇ ଅଚଳ ହୋଇ ରହିଲା, କିନ୍ତୁ ପଛ ଭାଗ ତରଙ୍ଗର ପ୍ରଚଣ୍ଡତାରେ ଭାଙ୍ଗି ଯିବାକୁ ଲାଗିଲା।

42ସେତେବେଳେ କାଳେ ବନ୍ଦୀମାନଙ୍କ ମଧ୍ୟରୁ କେହି ପହଁରି ପଳାଇଯାଏ, ଏଥିପାଇଁ ସେମାନଙ୍କୁ ବଧ କରିବା ନିମନ୍ତେ ସୈନ୍ୟମାନେ ପରାମର୍ଶ କଲେ,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.