ପ୍ରେରିତ 27

କିଲିକିୟା ଓ ପଂଫୂଲିଆ ଅଞ୍ଚଳ ସମ୍ମୁଖସ୍ଥ ସମୁଦ୍ର ପାର ହୋଇ ଲୁକିଆ ପ୍ରଦେଶର ମୁରା ସହରକୁ ଆସିଲୁ।

Acts 27:5 (UKJV) And when we had sailed over the sea of Cilicia and Pamphylia, we came to Myra, a city of Lycia.

3ପରଦିନ ଆମ୍ଭେମାନେ ସୀଦୋନରେ ପହଞ୍ଚିଲୁ, ଆଉ ଯୂଲିଅସ୍ ପାଉଲଙ୍କ ପ୍ରତି ସଦୟ ବ୍ୟବହାର କରି ଆପଣା ମିତ୍ରମାନଙ୍କ ପାଖକୁ ଯାଇ ସେବା ପାଇବା ନିମନ୍ତେ ଅନୁମତି ଦେଲେ।

4ସେହି ସ୍ଥାନରୁ ଜାହାଜ ଫିଟାଇ ପ୍ରତିକୂଳ ପବନ ହେତୁ ଆମ୍ଭେମାନେ ସାଇପ୍ରସ୍ ଦ୍ୱୀପର ଆଶ୍ରୟସ୍ଥଳୀ ଦେଇ ଯାତ୍ରା କରି,

5କିଲିକିୟା ଓ ପଂଫୂଲିଆ ଅଞ୍ଚଳ ସମ୍ମୁଖସ୍ଥ ସମୁଦ୍ର ପାର ହୋଇ ଲୁକିଆ ପ୍ରଦେଶର ମୁରା ସହରକୁ ଆସିଲୁ।

6ସେଠାରେ ଶତ-ସେନାପତି ଇତାଲିଆକୁ ଯାଉଥିବା ଗୋଟିଏ ଆଲେକ୍‍ଜାଣ୍ଡ୍ରୀୟ ଜାହାଜ ପାଇ ସେଥିରେ ଆମ୍ଭମାନଙ୍କୁ ଚଢ଼ାଇଦେଲେ।

7ପରେ ଅନେକ ଦିନ ପର୍ଯ୍ୟନ୍ତ ଧିରେ ଧିରେ ଯାଇ କଷ୍ଟରେ କ୍ନିଦ ସହରର ସମ୍ମୁଖରେ ଉପସ୍ଥିତ ହୋଇ ପବନ ଆମ୍ଭମାନଙ୍କୁ ଆଗକୁ ଯିବାକୁ ଛାଡ଼ି ନ ଦେବାରୁ ସାଲ୍ମୋନୀର ବିପରୀତ, କ୍ରୀତୀ ଦ୍ୱୀପର ଆଶ୍ରୟସ୍ଥଳୀ ଦେଇ ଯାତ୍ରା କଲୁ,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.