4ସେହି ସ୍ଥାନରୁ ଜାହାଜ ଫିଟାଇ ପ୍ରତିକୂଳ ପବନ ହେତୁ ଆମ୍ଭେମାନେ ସାଇପ୍ରସ୍ ଦ୍ୱୀପର ଆଶ୍ରୟସ୍ଥଳୀ ଦେଇ ଯାତ୍ରା କରି,
5କିଲିକିୟା ଓ ପଂଫୂଲିଆ ଅଞ୍ଚଳ ସମ୍ମୁଖସ୍ଥ ସମୁଦ୍ର ପାର ହୋଇ ଲୁକିଆ ପ୍ରଦେଶର ମୁରା ସହରକୁ ଆସିଲୁ।
6ସେଠାରେ ଶତ-ସେନାପତି ଇତାଲିଆକୁ ଯାଉଥିବା ଗୋଟିଏ ଆଲେକ୍ଜାଣ୍ଡ୍ରୀୟ ଜାହାଜ ପାଇ ସେଥିରେ ଆମ୍ଭମାନଙ୍କୁ ଚଢ଼ାଇଦେଲେ।
7ପରେ ଅନେକ ଦିନ ପର୍ଯ୍ୟନ୍ତ ଧିରେ ଧିରେ ଯାଇ କଷ୍ଟରେ କ୍ନିଦ ସହରର ସମ୍ମୁଖରେ ଉପସ୍ଥିତ ହୋଇ ପବନ ଆମ୍ଭମାନଙ୍କୁ ଆଗକୁ ଯିବାକୁ ଛାଡ଼ି ନ ଦେବାରୁ ସାଲ୍ମୋନୀର ବିପରୀତ, କ୍ରୀତୀ ଦ୍ୱୀପର ଆଶ୍ରୟସ୍ଥଳୀ ଦେଇ ଯାତ୍ରା କଲୁ,
8ପୁଣି, କଷ୍ଟରେ କୂଳେ କୂଳେ ଯାଇ “ସୁନ୍ଦର ବନ୍ଦର” ନାମକ ଗୋଟିଏ ସ୍ଥାନକୁ ଆସିଲୁ; ଲାସାୟା ସହର ସେଥିର ନିକଟବର୍ତ୍ତୀ।