8ସେହି ସମୟରେ ପୁବ୍ଲିୟଙ୍କର ପିତା ଜ୍ୱର ଓ ଆମାଶୟ ରୋଗରେ ପୀଡ଼ିତ ହୋଇ ଶଯ୍ୟାଶାୟୀ ଥିଲେ, ଆଉ ପାଉଲ ଭିତରକୁ ତାହାଙ୍କ ନିକଟକୁ ଯାଇ ପ୍ରାର୍ଥନା କଲେ ଓ ତାହାଙ୍କ ଉପରେ ହାତ ଥୋଇ ତାହାଙ୍କୁ ସୁସ୍ଥ କଲେ।
9ଏହି ଘଟଣା ପରେ ସେହି ଦ୍ୱୀପରେ ଥିବା ଅବଶିଷ୍ଟ ପୀଡ଼ିତମାନେ ମଧ୍ୟ ଆସି ସୁସ୍ଥ ହେଲେ;
10ସେମାନେ ମଧ୍ୟ ଆମ୍ଭମାନଙ୍କୁ ବହୁତ ସମ୍ମାନ ଦ୍ୱାରା ସମାଦର କଲେ, ପୁଣି, ଆମ୍ଭମାନଙ୍କର ପ୍ରସ୍ଥାନ କରିବା ସମୟରେ ଆମ୍ଭମାନଙ୍କ ପ୍ରୟୋଜନୀୟ ପଦାର୍ଥସବୁ ଯୋଗାଇଦେଲେ।
11ତିନି ମାସ ପରେ ଆମ୍ଭେମାନେ ଗୋଟିଏ ଆଲେକ୍ଜାଣ୍ଡ୍ରୀୟ ଜାହାଜରେ ଚଢ଼ି ଯାତ୍ରା କଲୁ, ସେହି ଜାହାଜ ଏହି ଦ୍ୱୀପରେ ଶୀତକାଳ କଟାଇଥିଲା, ତାହାର ଚିହ୍ନ ମିଥୁନ।
12ସୁରାକୂସାରେ ପହଞ୍ଚି ଆମ୍ଭେମାନେ ସେଠାରେ ତିନି ଦିନ ରହିଲୁ,