ପ୍ରେରିତ 28

ସୁରାକୂସାରେ ପହଞ୍ଚି ଆମ୍ଭେମାନେ ସେଠାରେ ତିନି ଦିନ ରହିଲୁ,

Acts 28:12 (UKJV) And landing at Syracuse, we tarried there three days.

10ସେମାନେ ମଧ୍ୟ ଆମ୍ଭମାନଙ୍କୁ ବହୁତ ସମ୍ମାନ ଦ୍ୱାରା ସମାଦର କଲେ, ପୁଣି, ଆମ୍ଭମାନଙ୍କର ପ୍ରସ୍ଥାନ କରିବା ସମୟରେ ଆମ୍ଭମାନଙ୍କ ପ୍ରୟୋଜନୀୟ ପଦାର୍ଥସବୁ ଯୋଗାଇଦେଲେ।

11ତିନି ମାସ ପରେ ଆମ୍ଭେମାନେ ଗୋଟିଏ ଆଲେକ୍‍ଜାଣ୍ଡ୍ରୀୟ ଜାହାଜରେ ଚଢ଼ି ଯାତ୍ରା କଲୁ, ସେହି ଜାହାଜ ଏହି ଦ୍ୱୀପରେ ଶୀତକାଳ କଟାଇଥିଲା, ତାହାର ଚିହ୍ନ ମିଥୁନ।

12ସୁରାକୂସାରେ ପହଞ୍ଚି ଆମ୍ଭେମାନେ ସେଠାରେ ତିନି ଦିନ ରହିଲୁ,

13ପୁଣି, ସେ ସ୍ଥାନରୁ ବୁଲି ରେଗୀୟ ବନ୍ଦରରେ ପହଞ୍ଚିଲୁ ଦିନକ ପରେ ଦକ୍ଷିଣା ପବନ ବହିବାରୁ ଦ୍ୱିତୀୟ ଦିନରେ ପୁତେଅଲି ସହରକୁ ଆସିଲୁ;

14ସେ ସ୍ଥାନରେ ଆମ୍ଭେମାନେ ଭାଇମାନଙ୍କୁ ଭେଟିଲୁ, ଆଉ ସେମାନଙ୍କ ସହିତ ସାତ ଦିନ ରହିବା ପାଇଁ ସେମାନେ ଆମ୍ଭମାନଙ୍କୁ ଅନୁରୋଧ କଲେ; ଏହି ପ୍ରକାରେ ଆମ୍ଭେମାନେ ରୋମରେ ପହଞ୍ଚିଲୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.