ପ୍ରେରିତ 28

ସେମାନେ ମୋହର ବିଚାର କରି ମୋʼଠାରେ ପ୍ରାଣଦଣ୍ଡର କୌଣସି କାରଣ ନ ଥିବାରୁ ମୋତେ ମୁକ୍ତି ଦେବାକୁ ଇଚ୍ଛା କରୁଥିଲେ;

Acts 28:18 (UKJV) Who, when they had examined me, would have let me go, because there was no cause of death in me.

16ଆଉ ଆମ୍ଭେମାନେ ରୋମରେ ପ୍ରବେଶ କରନ୍ତେ, ପାଉଲଙ୍କୁ ନିଜ ପ୍ରହରୀ ସୈନ୍ୟ ସହିତ ସ୍ୱତନ୍ତ୍ର ବାସ କରିବା ନିମନ୍ତେ ଅନୁମତି ଦିଆଗଲା।

17ତିନି ଦିନ ପରେ ସେ ଯିହୁଦୀମାନଙ୍କ ପ୍ରଧାନ ପ୍ରଧାନ ବ୍ୟକ୍ତିଙ୍କୁ ଡାକି ଏକତ୍ର କଲେ, ଆଉ ସେମାନେ ଏକତ୍ର ହୁଅନ୍ତେ ସେ ସେମାନଙ୍କୁ କହିଲେ, ହେ ଭାଇମାନେ, ଯଦ୍ୟପି ମୁଁ ସ୍ୱଜାତି ବିରୁଦ୍ଧରେ କିମ୍ବା ଆମ୍ଭମାନଙ୍କ ପିତୃ-ପୁରୁଷଙ୍କ ରୀତିନୀତି ବିରୁଦ୍ଧରେ କିଛି କରି ନ ଥିଲି, ତଥାପି ଯିରୂଶାଲମ ସହରରୁ ବନ୍ଦୀରୂପେ ରୋମୀୟମାନଙ୍କ ହସ୍ତରେ ସମର୍ପିତ ହେଲି।

18ସେମାନେ ମୋହର ବିଚାର କରି ମୋʼଠାରେ ପ୍ରାଣଦଣ୍ଡର କୌଣସି କାରଣ ନ ଥିବାରୁ ମୋତେ ମୁକ୍ତି ଦେବାକୁ ଇଚ୍ଛା କରୁଥିଲେ;

19କିନ୍ତୁ ଯିହୁଦୀମାନେ ସେଥିର ବିରୁଦ୍ଧରେ କହିବାରୁ ମୁଁ କାଇସରଙ୍କ ଛାମୁରେ ବିଚାରିତ ହେବା ନିମନ୍ତେ ପ୍ରାର୍ଥନା କରିବାକୁ ବାଧ୍ୟ ହେଲି; ମୋହର ଯେ ସ୍ୱଜାତି ବିରୁଦ୍ଧରେ ଅଭିଯୋଗ କରିବାର କିଛି ଥିଲା, ତାହା ନୁହେଁ।

20ଅତଏବ ଏହି କାରଣରୁ ମୁଁ ଆପଣମାନଙ୍କୁ ମୋ ସହିତ ସାକ୍ଷାତ ଓ କଥାବାର୍ତ୍ତା କରିବାକୁ ଅନୁରୋଧ କଲି, କାରଣ ଇସ୍ରାଏଲର ଭରସା ଯୋଗୁଁ ମୁଁ ଏହି ଜଞ୍ଜିରରେ ବନ୍ଧାଯାଇଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.