18ସେମାନେ ମୋହର ବିଚାର କରି ମୋʼଠାରେ ପ୍ରାଣଦଣ୍ଡର କୌଣସି କାରଣ ନ ଥିବାରୁ ମୋତେ ମୁକ୍ତି ଦେବାକୁ ଇଚ୍ଛା କରୁଥିଲେ;
19କିନ୍ତୁ ଯିହୁଦୀମାନେ ସେଥିର ବିରୁଦ୍ଧରେ କହିବାରୁ ମୁଁ କାଇସରଙ୍କ ଛାମୁରେ ବିଚାରିତ ହେବା ନିମନ୍ତେ ପ୍ରାର୍ଥନା କରିବାକୁ ବାଧ୍ୟ ହେଲି; ମୋହର ଯେ ସ୍ୱଜାତି ବିରୁଦ୍ଧରେ ଅଭିଯୋଗ କରିବାର କିଛି ଥିଲା, ତାହା ନୁହେଁ।
20ଅତଏବ ଏହି କାରଣରୁ ମୁଁ ଆପଣମାନଙ୍କୁ ମୋ ସହିତ ସାକ୍ଷାତ ଓ କଥାବାର୍ତ୍ତା କରିବାକୁ ଅନୁରୋଧ କଲି, କାରଣ ଇସ୍ରାଏଲର ଭରସା ଯୋଗୁଁ ମୁଁ ଏହି ଜଞ୍ଜିରରେ ବନ୍ଧାଯାଇଅଛି।
21ସେଥିରେ ସେମାନେ ତାହାଙ୍କୁ କହିଲେ, ଆପଣଙ୍କ ସମ୍ବନ୍ଧରେ ଯିହୂଦିୟା ପ୍ରଦେଶରୁ ଆମ୍ଭେମାନେ କୌଣସି ପତ୍ର ପାଇ ନାହୁଁ, କି ଭାଇମାନଙ୍କ ମଧ୍ୟରୁ କେହି ଏଠାକୁ ଆସି ଆପଣଙ୍କ ବିଷୟରେ କୌଣସି ମନ୍ଦ ସମ୍ବାଦ ଦେଇ ନାହାନ୍ତି ବା କହି ନାହାନ୍ତି।
22କିନ୍ତୁ ଆପଣଙ୍କ ଭାବ କଅଣ, ତାହା ଆମ୍ଭେମାନେ ଆପଣଙ୍କଠାରୁ ଶୁଣିବାକୁ ଇଚ୍ଛା କରୁଅଛୁ; କାରଣ ଏହି ଦଳ ସମ୍ବନ୍ଧରେ ଆମ୍ଭେ ଜାଣୁ ଯେ, ସର୍ବତ୍ର ତାହା ବିରୁଦ୍ଧରେ କଥା କୁହାଯାଉଅଛି।