23ଏଥିରେ ସେମାନେ ତାହାଙ୍କ ସହିତ ଗୋଟିଏ ଦିନ ନିରୂପଣ କରି ବହୁସଂଖ୍ୟାରେ ତାହାଙ୍କ ବସାକୁ ଆସିଲେ, ଆଉ ସେ ସକାଳୁ ସନ୍ଧ୍ୟା ପର୍ଯ୍ୟନ୍ତ ସେମାନଙ୍କ ନିକଟରେ ବ୍ୟାଖ୍ୟା କରି ଈଶ୍ବରଙ୍କ ରାଜ୍ୟ ସମ୍ବନ୍ଧରେ ସାକ୍ଷ୍ୟ ଦେଲେ, ପୁଣି, ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀଙ୍କ ଶାସ୍ତ୍ର ନେଇ ଯୀଶୁଙ୍କ ସମ୍ବନ୍ଧରେ ସେମାନଙ୍କ ବିଶ୍ୱାସ ଜନ୍ମାଇବାକୁ ଚେଷ୍ଟା କଲେ।
24ସେଥିରେ କେହି କେହି କୁହାଯାଇଥିବା ବିଷୟରେ ବିଶ୍ୱାସ କଲେ, କିନ୍ତୁ କେହି କେହି ବିଶ୍ୱାସ କଲେ ନାହିଁ।
25ପୁଣି, ସେମାନେ ନିଜ ନିଜ ମଧ୍ୟରେ ଏକମତ ନ ହେବାରୁ ବିଦାୟ ନେଲେ; ସେମାନଙ୍କ ଯିବା ପୂର୍ବେ ପାଉଲ ଏହି ଗୋଟିଏ କଥା କହିଲେ, ଆପଣମାନଙ୍କ ପିତୃପୁରୁଷମାନଙ୍କୁ ଭାବବାଦୀ ଯିଶାଇୟଙ୍କ ଦ୍ୱାରା ପବିତ୍ର ଆତ୍ମା ଯଥାର୍ଥ ରୂପେ କହିଥିଲେ,
26“ଏହି ଲୋକମାନଙ୍କ ପାଖକୁ ଯାଇ କୁହ, ‘ତୁମ୍ଭେମାନେ ଶୁଣୁ ଶୁଣୁ ଶୁଣିବ, କିନ୍ତୁ କୌଣସି ପ୍ରକାରେ ବୁଝିବ ନାହିଁ, ପୁଣି, ଦେଖୁ ଦେଖୁ ଦେଖିବ, କିନ୍ତୁ କୌଣସି ପ୍ରକାରେ ଜ୍ଞାତ ହେବ ନାହିଁ;
27କାରଣ ଏହି ଲୋକଙ୍କର ହୃଦୟ ଜଡ଼ ହେଲା, ସେମାନେ କାନରେ କଷ୍ଟରେ ଶୁଣିଲେ ଓ ନିଜ ନିଜ ଆଖି ବୁଜିଲେ, ଯେପରି ସେମାନେ ଆଖିରେ ଦେଖିବେ ନାହିଁ ଓ କାନରେ ଶୁଣିବେ ନାହିଁ, ଆଉ ହୃଦୟରେ ବୁଝିବେ ନାହିଁ, ପୁଣି, ଫେରି ଆସିବେ ନାହିଁ, ଆଉ ଆମ୍ଭେ ସେମାନଙ୍କୁ ସୁସ୍ଥ କରିବୁ ନାହିଁ।’”