26“ଏହି ଲୋକମାନଙ୍କ ପାଖକୁ ଯାଇ କୁହ, ‘ତୁମ୍ଭେମାନେ ଶୁଣୁ ଶୁଣୁ ଶୁଣିବ, କିନ୍ତୁ କୌଣସି ପ୍ରକାରେ ବୁଝିବ ନାହିଁ, ପୁଣି, ଦେଖୁ ଦେଖୁ ଦେଖିବ, କିନ୍ତୁ କୌଣସି ପ୍ରକାରେ ଜ୍ଞାତ ହେବ ନାହିଁ;
27କାରଣ ଏହି ଲୋକଙ୍କର ହୃଦୟ ଜଡ଼ ହେଲା, ସେମାନେ କାନରେ କଷ୍ଟରେ ଶୁଣିଲେ ଓ ନିଜ ନିଜ ଆଖି ବୁଜିଲେ, ଯେପରି ସେମାନେ ଆଖିରେ ଦେଖିବେ ନାହିଁ ଓ କାନରେ ଶୁଣିବେ ନାହିଁ, ଆଉ ହୃଦୟରେ ବୁଝିବେ ନାହିଁ, ପୁଣି, ଫେରି ଆସିବେ ନାହିଁ, ଆଉ ଆମ୍ଭେ ସେମାନଙ୍କୁ ସୁସ୍ଥ କରିବୁ ନାହିଁ।’”
28ଅତଏବ ଈଶ୍ବରଙ୍କ ଏହି ପରିତ୍ରାଣ ଅଣଯିହୁଦୀମାନଙ୍କ ନିକଟକୁ ଯେ ପ୍ରେରିତ ହୋଇଅଛି, ଆପଣମାନେ ଏହା ଜ୍ଞାତ ହୁଅନ୍ତୁ; ସେମାନେ ମଧ୍ୟ ଶ୍ରବଣ କରିବେ।
29[ଆଉ ସେ ଏହିସବୁ କଥା କହନ୍ତେ ଯିହୁଦୀମାନେ ନିଜ ନିଜ ମଧ୍ୟରେ ବାଦାନୁବାଦ କରୁ କରୁ ପ୍ରସ୍ଥାନ କଲେ।]
30ସେ ସମ୍ପୂର୍ଣ୍ଣ ଦୁଇ ବର୍ଷ ପର୍ଯ୍ୟନ୍ତ ଆପଣା ଭଡ଼ାଘରେ ରହିଲେ,