ପ୍ରେରିତ 28

[ଆଉ ସେ ଏହିସବୁ କଥା କହନ୍ତେ ଯିହୁଦୀମାନେ ନିଜ ନିଜ ମଧ୍ୟରେ ବାଦାନୁବାଦ କରୁ କରୁ ପ୍ରସ୍ଥାନ କଲେ।]

Acts 28:29 (UKJV) And when he had said these words, the Jews departed, and had great reasoning among themselves.

27କାରଣ ଏହି ଲୋକଙ୍କର ହୃଦୟ ଜଡ଼ ହେଲା, ସେମାନେ କାନରେ କଷ୍ଟରେ ଶୁଣିଲେ ଓ ନିଜ ନିଜ ଆଖି ବୁଜିଲେ, ଯେପରି ସେମାନେ ଆଖିରେ ଦେଖିବେ ନାହିଁ ଓ କାନରେ ଶୁଣିବେ ନାହିଁ, ଆଉ ହୃଦୟରେ ବୁଝିବେ ନାହିଁ, ପୁଣି, ଫେରି ଆସିବେ ନାହିଁ, ଆଉ ଆମ୍ଭେ ସେମାନଙ୍କୁ ସୁସ୍ଥ କରିବୁ ନାହିଁ।’”

28ଅତଏବ ଈଶ୍ବରଙ୍କ ଏହି ପରିତ୍ରାଣ ଅଣଯିହୁଦୀମାନଙ୍କ ନିକଟକୁ ଯେ ପ୍ରେରିତ ହୋଇଅଛି, ଆପଣମାନେ ଏହା ଜ୍ଞାତ ହୁଅନ୍ତୁ; ସେମାନେ ମଧ୍ୟ ଶ୍ରବଣ କରିବେ।

29[ଆଉ ସେ ଏହିସବୁ କଥା କହନ୍ତେ ଯିହୁଦୀମାନେ ନିଜ ନିଜ ମଧ୍ୟରେ ବାଦାନୁବାଦ କରୁ କରୁ ପ୍ରସ୍ଥାନ କଲେ।]

30ସେ ସମ୍ପୂର୍ଣ୍ଣ ଦୁଇ ବର୍ଷ ପର୍ଯ୍ୟନ୍ତ ଆପଣା ଭଡ଼ାଘରେ ରହିଲେ,

31ପୁଣି, ଯେତେ ଲୋକ ତାହାଙ୍କ ନିକଟକୁ ଆସୁଥିଲେ, ସମସ୍ତଙ୍କୁ ସେ ଗ୍ରହଣ କରି ପୂର୍ଣ୍ଣ ସାହସରେ ଓ ନିର୍ବିଘ୍ନରେ ଈଶ୍ବରଙ୍କ ରାଜ୍ୟର କଥା ପ୍ରଚାର କରୁଥିଲେ ଏବଂ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ସମ୍ବନ୍ଧୀୟ ବିଷୟସବୁ ଶିକ୍ଷା ଦେଉଥିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.