2ଆଉ, ବର୍ବରମାନେ ଆମ୍ଭମାନଙ୍କ ପ୍ରତି ଅସାଧାରଣ ଦୟା ଦେଖାଇଲେ, କାରଣ ବୃଷ୍ଟି ଓ ଶୀତ ହେଉଥିବାରୁ ସେମାନେ ଅଗ୍ନି ଜାଳି ଆମ୍ଭ ସମସ୍ତଙ୍କୁ ଅଭ୍ୟର୍ଥନା କଲେ।
3କିନ୍ତୁ ପାଉଲ ବିଡ଼ାଏ କାଠ ଗୋଟାଇ ନିଆଁ ଉପରେ ପକାନ୍ତେ, ତାତି ହେତୁ ଗୋଟାଏ କାଳସର୍ପ ବାହାରି ତାହାଙ୍କ ହାତରେ କାମୁଡ଼ି ଲାଗିରହିଲା।
4ବର୍ବରମାନେ ତାହାଙ୍କ ହାତରେ ସେହି ଜନ୍ତୁଟା ଝୁଲିଥିବାର ଦେଖି ପରସ୍ପର କହିବାକୁ ଲାଗିଲେ, ଏ ଲୋକଟା ନିଶ୍ଚୟ ଖୁଣୀ, ସମୁଦ୍ରରୁ ରକ୍ଷା ପାଇଲେ ସୁଦ୍ଧା ଧର୍ମ ଏହାକୁ ବଞ୍ଚିବାକୁ ଦେଲେ ନାହିଁ।
5କିନ୍ତୁ ପାଉଲ ଜନ୍ତୁଟାକୁ ଝାଡ଼ି ନିଆଁରେ ପକାଇଦେଲେ, ଆଉ ତାଙ୍କର କିଛି କ୍ଷତି ହେଲା ନାହିଁ।
6ସେ ଯେ ଫୁଲିଯିବେ କିମ୍ବା ହଠାତ୍ ମରି ପଡ଼ିଯିବେ, ଏହା ସେମାନେ ଅପେକ୍ଷା କରୁଥିଲେ; ମାତ୍ର ଅନେକ ବେଳ ପର୍ଯ୍ୟନ୍ତ ଅପେକ୍ଷାରେ ରହିଲା ପରେ ତାହାଙ୍କ ପ୍ରତି କୌଣସି ଅନିଷ୍ଟ ନ ଘଟିବାର ଦେଖି ସେମାନେ ନିଜ ନିଜ ମନ ବଳାଇ କହିଲେ, ଏ ଜଣେ ଦେବତା।