ପ୍ରେରିତ 28

ସେହି ସ୍ଥାନ ନିକଟରେ ପୁବ୍ଲିୟ ନାମକ ସେହି ଦ୍ୱୀପର ପ୍ରଧାନ ବ୍ୟକ୍ତିଙ୍କ ଗୃହ ଓ ଭୂମି ଥିଲା; ସେ ଆମ୍ଭମାନଙ୍କୁ ଗ୍ରହଣ କରି ତିନି ଦିନ ପର୍ଯ୍ୟନ୍ତ ସାଦରେ ଆମ୍ଭମାନଙ୍କର ଆତିଥ୍ୟସତ୍କାର କଲେ।

Acts 28:7 (UKJV) In the same quarters were possessions of the chief man of the island, whose name was Publius; who received us, and lodged us three days courteously.

5କିନ୍ତୁ ପାଉଲ ଜନ୍ତୁଟାକୁ ଝାଡ଼ି ନିଆଁରେ ପକାଇଦେଲେ, ଆଉ ତାଙ୍କର କିଛି କ୍ଷତି ହେଲା ନାହିଁ।

6ସେ ଯେ ଫୁଲିଯିବେ କିମ୍ବା ହଠାତ୍‍ ମରି ପଡ଼ିଯିବେ, ଏହା ସେମାନେ ଅପେକ୍ଷା କରୁଥିଲେ; ମାତ୍ର ଅନେକ ବେଳ ପର୍ଯ୍ୟନ୍ତ ଅପେକ୍ଷାରେ ରହିଲା ପରେ ତାହାଙ୍କ ପ୍ରତି କୌଣସି ଅନିଷ୍ଟ ନ ଘଟିବାର ଦେଖି ସେମାନେ ନିଜ ନିଜ ମନ ବଳାଇ କହିଲେ, ଏ ଜଣେ ଦେବତା।

7ସେହି ସ୍ଥାନ ନିକଟରେ ପୁବ୍ଲିୟ ନାମକ ସେହି ଦ୍ୱୀପର ପ୍ରଧାନ ବ୍ୟକ୍ତିଙ୍କ ଗୃହ ଓ ଭୂମି ଥିଲା; ସେ ଆମ୍ଭମାନଙ୍କୁ ଗ୍ରହଣ କରି ତିନି ଦିନ ପର୍ଯ୍ୟନ୍ତ ସାଦରେ ଆମ୍ଭମାନଙ୍କର ଆତିଥ୍ୟସତ୍କାର କଲେ।

8ସେହି ସମୟରେ ପୁବ୍ଲିୟଙ୍କର ପିତା ଜ୍ୱର ଓ ଆମାଶୟ ରୋଗରେ ପୀଡ଼ିତ ହୋଇ ଶଯ୍ୟାଶାୟୀ ଥିଲେ, ଆଉ ପାଉଲ ଭିତରକୁ ତାହାଙ୍କ ନିକଟକୁ ଯାଇ ପ୍ରାର୍ଥନା କଲେ ଓ ତାହାଙ୍କ ଉପରେ ହାତ ଥୋଇ ତାହାଙ୍କୁ ସୁସ୍ଥ କଲେ।

9ଏହି ଘଟଣା ପରେ ସେହି ଦ୍ୱୀପରେ ଥିବା ଅବଶିଷ୍ଟ ପୀଡ଼ିତମାନେ ମଧ୍ୟ ଆସି ସୁସ୍ଥ ହେଲେ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.